ଭଦ୍ରକ: ଦୀର୍ଘ ୯ ମାସ ଧରି ବନ୍ଦ ରହିଥିବା ମନ୍ଦିର ଏବେ ଖୋଲୁଛି। ପୁରୀ ଶ୍ରୀଜଗନ୍ନାଥ ମନ୍ଦିର, ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ଖୋଲିବା ପରେ ଆଜି ଖୋଲିଛି ଭଦ୍ରକ ଆରଡିର ବାବା ଆଖଣ୍ଡଳମଣିଙ୍କ ମନ୍ଦିର । ପ୍ରଥମ ଦୁଇଦିନ ସେବାୟତଙ୍କ ପରିବାର ବାବାଙ୍କ ଦର୍ଶନ ପାଇବେ। ଏହାପରେ ୨ ଦିନ ସ୍ଥାନୀୟ ଲୋକ ଏବଂ ପରେ ସାଧାରଣ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଅନୁମତି ମିଳିବ। ତେବେ କରୋନା କଟକଣା ଭିତରେ ଶ୍ରଦ୍ଧାଳୁମାନେ ବାବାଙ୍କ ଦର୍ଶନ ପାଇବେ। ଦୁଇ ଦିନ ଅର୍ଥାତ୍ ୩୦ ଓ ୩୧ ତାରିଖ ସ୍ଥାନୀୟ ପଞ୍ଚାୟତର ଶ୍ରଦ୍ଧାଳୁମାନେ ଦର୍ଶନ କରିବେ। ଜାନୁଆରୀ ୧ ଓ ୨ ତାରିଖ ମନ୍ଦିର ବନ୍ଦ ରହିବ। ୩ ତାରିଖରୁ ମନ୍ଦିରକୁ ସାଧାରଣ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଅନୁମତି ମିଳିବ। ତେବେ ମନ୍ଦିରକୁ ପ୍ରବେଶ ପୂର୍ବରୁ ମାସ୍କ ଓ ସାନିଟାଇଜର ବାଧ୍ୟତାମୂଳକ କରାଯାଇଛି। ସେହିପରି ସେବାୟତମାନଙ୍କ ପରିଚୟପତ୍ର ବାଧ୍ୟତାମୂଳକ ରହିବ ବୋଲି ଉପଜିଲ୍ଲାପାଳ ସୂଚନା ଦେଇଛନ୍ତି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0