ଭୁବନେଶ୍ୱର: ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି- ସ୍ୱର୍ଗତଃ ରାଓ ତାଙ୍କର ଉତ୍ସର୍ଗୀକୃତ ସମାଜ ସେବା ବିଶେଷ କରି ଗରିବ ଓ ଅବହେଳିତମାନଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ପାଇଁ ସ୍ମରଣୀୟ ହୋଇ ରହିବେ । ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦଗତି କାମନା କରିଛନ୍ତି । ପଦ୍ମଶ୍ରୀ ସ୍ୱର୍ଗତଃ ଡି. ପ୍ରକାଶ ରାଓଙ୍କର ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ପ୍ରକାଶଙ୍କ ବିୟୋଗରେ ଶୋକବ୍ୟକ୍ତ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୋକ ପ୍ରକାଶ କରିଛନ୍ତି ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0