ଭୁବନେଶ୍ୱର: ପଦ୍ମଶ୍ରୀ ତୁଳସୀ ମୁଣ୍ଡା ଅସୁସ୍ଥ । ଅସୁସ୍ଥ ହୋଇପଡ଼ିଥିବା ପଦ୍ମଶ୍ରୀ ତୁଳସୀ ମୁଣ୍ଡାଙ୍କୁ ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି। ଗତକାଲି ବଡ଼ବିଲରେ ଅନୁଷ୍ଠିତ ‘ମାଇନିଙ୍ଗ୍ ଏରିଆ ଟ୍ରକ୍ ଓନର୍ସ ଆସୋସିଏସନ୍’ର ଏକ ବୈଠକରେ ଯୋଗ ଦେଇ ଆଶ୍ରମକୁ ଫେରିଥିଲେ। ଅପରାହ୍ନ ପ୍ରାୟ ୩ଟା ବେଳେ ତାଙ୍କ ଛାତିରେ କଷ୍ଟ ହୋଇଥିଲା ଓ ସେ ନିଃଶ୍ୱାସ ପ୍ରଶ୍ୱାସ ନେବାରେ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଚିକିତ୍ସା ନିମନ୍ତେ ତୁରନ୍ତ ତାଙ୍କୁ ନିଜ ଗାଡ଼ିରେ ତାଙ୍କର ସହକର୍ମୀ ଦମୟନ୍ତୀ ସାମଲ ଯୋଡ଼ାରେ ଥିବା ଟିସ୍କୋ ହସ୍ପିଟାଲକୁ ନେଇଥିଲେ। ସେଠାରେ ଦୁଇଘଣ୍ଟାର ଚିକିତ୍ସା ପରେ ଅଧିକ ଚିକିତ୍ସା ନିମନ୍ତେ ଡାକ୍ତରମାନେ ତାଙ୍କୁ ଅନ୍ୟତ୍ର ସ୍ଥାନାନ୍ତର ଲାଗି ପରାମର୍ଶ ଦେଇଥିଲେ। ଏହାପରେ ଗତସନ୍ଧ୍ୟାରେ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ରାଜଧାନୀ ଭୁବନେଶ୍ୱରର ଆପୋଲୋ ହସ୍ପିଟାଲକୁ ନିଆଯାଇଥିଲା। ଏବେ ସେ ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।



Visitors Today : 1
Total Visitors : 130303
Total Views : 9891806
Visitors Online Now : 0