କଟକ: ସମାଜସେବୀ ତଥା ପଦ୍ମଶ୍ରୀ ଡ଼ି. ପ୍ରମାଶ ରାଓ ପୁଣି ଅସୁସ୍ଥ । ତାଙ୍କୁ କଟକ ବଡ଼ ମେଡିକାଲ୍ରେ ଭର୍ତ୍ତି କରାଯାଇଛି। ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଛି। ପଦ୍ମଶ୍ରୀ ଡି. ପ୍ରକାଶ ରାଓ ଗୁରୁବାରଠାରୁ ଅସୁସ୍ଥ ହୋଇ ପଡ଼ିଥିଲେ। ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ମେଡିକାଲରେ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କର ଚିକିତ୍ସା ଜାରି ରହିଛି। ଶ୍ୱାସକ୍ରିୟାରେ ସମସ୍ୟା ହେଉଥିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଛି। ଅକ୍ସିଜେନ ଲେବୁଲ କମ୍ ରହୁଥିବାରୁ ତାଙ୍କୁ ଅକ୍ସିଜେନ ସପୋର୍ଟ ଦିଆଯାଇଛି। କଟକ ବକ୍ସିବଜାରରେ ଚା’ ଦୋକାନ କରିବା ସହ ବସ୍ତିବାସିନ୍ଦାଙ୍କ ପିଲାଙ୍କୁ ପାଠ ପଢ଼ାଉଥିଲେ ପ୍ରକାଶ ରାଓ। ଏହାପରେ ନିଜ ଉଦ୍ୟମରେ ସ୍କୁଲଟିଏ କରିବା ସହ ନିଜ ରୋଜଗାର ଟଙ୍କା ଖର୍ଚ୍ଚ କରି ପିଲାଙ୍କ ଯତ୍ନ ଓ ପଢ଼ା ଖର୍ଚ୍ଚ ବହନ କରୁଥିଲେ। ସେବା ପାଇଁ ପ୍ରକାଶଙ୍କୁ ରାଷ୍ଟ୍ରପତି ପଦ୍ମଶ୍ରୀ ସମ୍ମାନ ରେ ସମ୍ମାନୀତ କରାଯାଇଛି ।



Visitors Today : 0
Total Visitors : 130422
Total Views : 9891952
Visitors Online Now : 0