spot_img

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣଙ୍କର ମୃତ୍ୟୁ

ଆଠମଲ୍ଲିକ :  ବାରହା ଶିକାର ପାଇଁ ବିଛାଇଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣଙ୍କର ମୃତ୍ୟୁ। ଅନୁଗୋଳ ଜିଲ୍ଲା ପୁରୁଣାକୋଟ ଥାନା ଅନୁଳିଆ ରେଞ୍ଜ ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ, ଅନୁଗୋଳ ଜିଲ୍ଲା ପୁରୁଣାକୋଟ ଥାନା ଅନୁଳିଆ ରେଞ୍ଜ ଜଙ୍ଗଲରେ ରେଡଶିଙ୍ଗା ଗ୍ରାମର ଉମାକାନ୍ତ ପ୍ରଧାନ ବାରହା ଶିକାର ପାଇଁ ବିଦ୍ୟୁତ ତାର ବିଛାଇଥିଲେ । ଏ ଖବର ବନ ବିଭାଗ ପାଇବା ପରେ ବନବିଭାଗ ତରଫରୁ ଚଢ଼ାଉ କରାଯାଇଥିଲା । ବନ ବିଭାଗ ଚଢାଉ କରିଥିବା ଖବର ଶୁଣି ଉମାକାନ୍ତ ବାରହା ପାଇଁ ବିଛା ଯାଇଥିବା ତାରକୁ ନେଇ ଯିବା ପାଇଁ ଚେଷ୍ଟା କରୁଥିବା ସମୟରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଯାଇଥିଲେ । ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରାଯାଇଛି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular