ଡାକ୍ତରଙ୍କ ଅନୁପସ୍ଥିତିରେ ଫାର୍ମାସିଷ୍ଟ ଦେଇପାରିବେ ଔଷଧ । ବହୁ ପୂର୍ବରୁ ପଞ୍ଚାବ୍ୟାଧି ଚିକିତ୍ସାରେ ଫାର୍ମାସିଷ୍ଟମାନଙ୍କୁ ଟ୍ରେନିଂ ଦିଆଯାଇଥିଲା । ଯେଉଁଠି ଡାକ୍ତର ନଥିଲା, ସେଠାରେ ଔଷଧ ସୁପାରିଶ କରିବା ପାଇଁ ଫାର୍ମାସିଷ୍ଟମାନଙ୍କୁ କୁହାଯାଇଥିଲା । ସେମାନେ କେଉଁ ରୋଗ ପାଇଁ କେଉଁ ଔଷଧ ଦେବେ ତାହାର ତାଲିକା ଜାରି କରାଯାଇଛି । ଲକ୍ଷଣ ଯୁକ୍ତ ଜ୍ୱର ପାଇଁ ପାରାସିଟାମଲ, ଆଜିଥ୍ରୋମାସିନ୍, ସେଫିକ୍ୱଜାଇମ୍, ଆମୋକ୍ସିସିଲିନ୍ ମେଡିସିନ୍ ଦେଇପାରିବେ । ସେହିପରି ମ୍ୟାଲେରିଆ, ଚର୍ମରୋଗ, ଡାଇରିଆ ଓ ଅନ୍ୟ ରୋଗ ପାଇଁ ମଧ୍ୟ ଔଷଧ ତାଲିକା ଜାରି ହୋଇଛି । ଏନେଇ ସରକାର ବିଧିବଦ୍ଧ ଅନୁମତି ଦେଇଛନ୍ତି ।



Visitors Today : 2
Total Visitors : 130171
Total Views : 9891617
Visitors Online Now : 0