ଭୁବନେଶ୍ୱର : ପରଲୋକରେ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ବିୟୋଗରେ ଶୋକର ଛାୟା ଖେଳିଯାଇଛି। ବିଧାନସଭା ପରିସରରେ ତାଙ୍କ ପାର୍ଥିବ ଶରୀର ପହଞ୍ଚିବା ପରେ ବିଭିନ୍ନ ଦଳର ରାଜନୈତିକ ନେତାମାନେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ତାଙ୍କ ବିୟୋଗ ପରେ ମହାରଥୀଙ୍କ ସ୍ମୃତିଚାରଣ କରିଛନ୍ତି ବହୁ ନେତା। ଗତକାଲି ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଥିଲା। । ଏହାପରେ ଭେଣ୍ଟିଲେଟର ସହାୟତାରେ ତାଙ୍କର ଚିକିତ୍ସା ଜାରି ରହିଥିଲା। ମାତ୍ର ଡାକ୍ତରମାନଙ୍କ ସବୁ ପ୍ରଚେଷ୍ଟା ସତ୍ତ୍ବେ ମହାରଥୀଙ୍କୁ ବଞ୍ଚାଇ ରଖିବା ସମ୍ଭବ ହୋଇ ନ ଥିଲା। ତାଙ୍କର ମୃତ୍ୟୁ ଖବର ପ୍ରଚାରିତ ହେବା ମାତ୍ରେ ପିପିଲି ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଥିଲା।