ଭୁବନେଶ୍ବର: ଗଞ୍ଜାମରେ କରୋନା ମହାମାରୀ ତାର କାୟା ବିସ୍ତାର କରିଚାଲିଛି । ଏହାକୁ ଦୃଷ୍ଟିରେ ରଖି କାଲିଠୁ ଗଞ୍ଜାମରେ ପ୍ଲାଜମା ଥେରାପି ଆରମ୍ଭ କରାଯିବ । ଶୀତଳାପଲ୍ଲୀସ୍ଥିତ ଟାଟା କୋଭିଡ଼୍ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ ହେବ । ସେହିପରି ବ୍ରହ୍ମପୁରର ଅମିତ ହସ୍ପିଟାଲରେ ୧୬ଟି ଆଇ.ସି.ୟୁ ବେଡ୍ ସହିତ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ପ୍ରତିଷ୍ଠା କରାଯିବ। ଏହାକୁ କଟକର ଅଶ୍ବିନୀ ହସ୍ପିଟାଲ ପରିଚାଳନା କରିବ। ଏଥିପାଇଁ ଆଜି ଗଞ୍ଜାମ ଜିଲ୍ଲା ପ୍ରଶାସନ ଏବଂ ଅଶ୍ବିନୀ ହସ୍ପିଟାଲ ମଧ୍ୟରେ ରାଜିନାମା ସ୍ବାକ୍ଷରିତ ହୋଇଛି। ଗଞ୍ଜାମ ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ସୂଚନାଯୋଗ୍ୟ ଯେ ଭୁବନେଶ୍ବରର ସମ୍ କୋଭିଡ ହସ୍ପିଟାଲ ଓ କଟକର ଅଶ୍ବିନୀ କୋଭିଡ ହସ୍ପିଟାଲରେ ଗତ ୧୮ ତାରିଖ ଠାରୁ ପ୍ଲାଜ୍ମା ଥେରାପି ଆରମ୍ଭ ହୋଇଛି ଏବଂ ଏହା ସୁଫଳ ମଧ୍ୟ ଦେଇଛି। ସମୁଦାୟ ୬ ଜଣ ରୋଗୀଙ୍କ ମଧ୍ୟରୁ ୪ ଜଣ ସୁସ୍ଥ ହୋଇଛନ୍ତି ଓ ଅନ୍ୟ ଦୁଇ ଜଣଙ୍କ ଅବସ୍ଥା ସ୍ଥିର ଅଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ଗଞ୍ଜାମ ଜିଲ୍ଲାର କୋଭିଡ ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରି ରଣନୀତିକୁ ସୁଦୃଢ କରିବା ପାଇଁ ଏହି ଘୋଷଣା କରିଛନ୍ତି।



Visitors Today : 6
Total Visitors : 130579
Total Views : 9892135
Visitors Online Now : 0