spot_img

ପ୍ଲାଜମା ଦାୟିତ୍ୱରେ ମନ୍ତ୍ରୀ

ପ୍ଲାଜମା ଥେରାପି ମାଧ୍ୟମରେ କରୋନା ରୋଗୀ ସୁସ୍ଥ ହେଉଥିବାରୁ ପ୍ଲାଜମା ଦାନକୁ ଉତ୍ସାହିତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ ବିଭିନ୍ନ ଦାୟିତ୍ୱ ଦେଇଛନ୍ତି । ମନ୍ତ୍ରୀମାନେ ସେମାନଙ୍କୁ ଦାୟିତ୍ୱ ଦିଆଯାଇଥିବା ଜିଲ୍ଲା ଗସ୍ତ କରି ସେମାନଙ୍କୁ ପ୍ଲାଜମା ଦାନ ପାଇଁ ଉତ୍ସାହିତ କରିବେ ଏବଂ ଏଥି ପାଇଁ ଆବଶ୍ୟକ ବ୍ୟବସ୍ଥା ମଧ୍ୟ କରିବେ । ନିୟମିତ ବ୍ୟବଧାନରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ପ୍ଲାଜମା ଦାନର ଅଗ୍ରଗତି ସଂପର୍କରେ ସମୀକ୍ଷା କରିବେ ବୋଲି କହିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ପୁରୀ ଜିଲ୍ଲାର ଦାୟିତ୍ୱ ଦିଆଯାଇଥିବା ବେଳେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କୁ କନ୍ଧମାଳ ଓ ଗଂଜାମର ଦାୟିତ୍ୱ ମିଳିଛି । ସେହିପରି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକଙ୍କୁ ବରଗଡ଼, ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ ଭଦ୍ରକ ଓ କେନ୍ଦ୍ରପାଡ଼ା, ମନ୍ତ୍ରୀ ପଦ୍ମନାଭ ବେହେରାଙ୍କୁ ଝାରସୁଗୁଡ଼ା ଓ ବୌଦ୍ଧ, ମନ୍ତ୍ରୀ ପ୍ରତାପ ଜେନାଙ୍କୁ ମୟୂରଭଂଜ ଓ କଟକ, ମନ୍ତ୍ରୀ ଡ. ଅରୁଣ ସାହୁଙ୍କୁ ନୟାଗଡ଼ ଓ ଖୋର୍ଦ୍ଧା, ମନ୍ତ୍ରୀ ସୁଦାମ ମାର୍ଣ୍ଡୀଙ୍କୁ ସୋନପୁର, ମନ୍ତ୍ରୀ ସୁଶାନ୍ତ ସିଂହଙ୍କୁ ବଲାଙ୍ଗୀର ଓ ସମ୍ବଲପୁର, ମନ୍ତ୍ରୀ ନବ କିଶୋର ଦାସଙ୍କୁ କଳାହାଣ୍ଡି ଓ ନୂଆପଡ଼ା, ମନ୍ତ୍ରୀ ଟୁକୁନି ସାହୁଙ୍କୁ ଦେବଗଡ଼ ଓ ସୁନ୍ଦରଗଡ଼, ମନ୍ତ୍ରୀ ଜଗନ୍ନାଥ ସାରକଙ୍କୁ ଗଜପତି ଓ କୋରାପୁଟ, ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ଢେଙ୍କାନାଳ, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡାଙ୍କୁ ଅନୁଗୁଳ, ମନ୍ତ୍ରୀ ସମୀର ରଂଜନ ଦାଶଙ୍କୁ ଯାଜପୁର, ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କୁ ବାଲେଶ୍ୱର, ମନ୍ତ୍ରୀ ପ୍ରେମାନନ୍ଦ ନାୟକଙ୍କୁ କେନ୍ଦୁଝର, ମନ୍ତ୍ରୀ ରଘୁନନ୍ଦନ ଦାସଙ୍କୁ ନବରଙ୍ଗପୁର ଓ ଜଗତସିଂହପୁର, ମନ୍ତ୍ରୀ ପଦ୍ମିନୀ ଦିଆନଙ୍କୁ ରାୟଗଡ଼ା ଓ ମନ୍ତ୍ରୀ ତୁଷାରକାନ୍ତ ବେହେରାଙ୍କୁ ମାଲକାନଗିରି ଦାୟିତ୍ୱ ଦିଆଯାଇଛି ।

ଜଣେ ବ୍ୟକ୍ତି କୋଭିଡରୁ ସୁସ୍ଥ ହେବାର ଚାରି ସପ୍ତାହ ପେର ପ୍ଲାଜମା ଦାନ କରିପାରିବେ । ଜଣେ ବ୍ୟକ୍ତି ଚାହିଁଲେ ଏକାଧିକବାର ପ୍ଲାଜମା ଦେଇପାରିବେ । ଗୋଟିଏ ୟୁନିଟ ପ୍ଲାଜମା ଦ୍ୱାରା ୨ ଜଣଙ୍କ ଚିକିତ୍ସା କରାଯାଇପାରିବ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular