spot_img

ମେ’ ୧୮ରୁ ଯୁକ୍ତ ୨ ପରୀକ୍ଷା

ଭୁବନେଶ୍ବର : ମେ ୧୮ ତାରିଖରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା । ଯୁକ୍ତ ଦୁଇ କଳା, ବିଜ୍ଞାନ ଓ ବାଣିଜ୍ୟ ଏବଂ ଧନ୍ଦାମୂଳକ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ୧୮ ତାରିଖରୁ ଆରମ୍ଭ ହେବାବେଳେ ଜୁନ୍ ୧୨ ତାରିଖରେ ପରୀକ୍ଷା ସରିବ । ଏ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ପ୍ରଥମ ଦିନରେ ଫିଜିକ୍ସି ପରୀକ୍ଷା ହେବ। ଅନ୍ୟପଟେ ମେ’ ୨୮ ତାରିଖରୁ ଯୁକ୍ତ ୨ ଧନ୍ଦାମୂଳକ ପରୀକ୍ଷା ଆରମ୍ଭ ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । ଚଳିତବର୍ଷ ପ୍ରାୟ ୪ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ଚଳିତ ବର୍ଷ ଯୁକ୍ତ ୨ ପ୍ରଶ୍ନପତ୍ର ଢାଞ୍ଚା ମଧ୍ୟ ବଦଳିବ । ଏଥର ୫୦% ମଲଟିପୁଲ ଚଏସ । ଚଳିତ ବର୍ଷ ଯୁକ୍ତ ୨ ପ୍ରଶ୍ନପତ୍ରରେ କେତେକ ପରିବର୍ତ୍ତନ କରାଯାଇଛି । ଏ ନେଇ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପୂର୍ବରୁ ସୂଚନା ଦେଇଥିଲେ । ଏଥର ଯୁକ୍ତ ୨ ପ୍ରଶ୍ନପତ୍ରରେ ୫୦% ମଲଟିପୁଲ ଚଏସ ରହିବ ଫଳରେ ପିଲାମାନଙ୍କୁ ସୁବିଧା ମିଳିବ । ଯେଉଁଥିରେ ୧ ମାର୍କର ୫୦ଟି ପ୍ରଶ୍ନ ରହିବ। ଅପରପକ୍ଷରେ ୩୦% ପ୍ରଶ୍ନ ସଂକ୍ଷିପ୍ତ ଉତ୍ତରମୂଳକ ହେବ । ପ୍ରତ୍ୟେକ ପ୍ରଶ୍ନର ମାର୍କ ୨ କିମ୍ବା ୩ ଲେଖାଏଁ ରହିବ । ବାକି ୨୦% ଦୀର୍ଘ ଉତ୍ତରମୂଳକ ହେବ। ପୂର୍ବ ବର୍ଷ ପରି ଏଥର ମଧ୍ୟ ଛାତ୍ରଛାତ୍ରୀମାନେ ନିଜେ ପଢ଼ୁଥିବା କଲେଜରେ ପରୀକ୍ଷା ଦେବେ । ୨୦୧୬ କିମ୍ବା ପରବର୍ତ୍ତୀ ସମୟରେ ପଞ୍ଜିକରଣ କରିଥିବା ଛାତ୍ରଛାତ୍ରୀ ୭୦% ସିଲାବସ୍ ଅନୁଯାୟୀ ନୂତନ ଢାଞ୍ଚାରେ ପରୀକ୍ଷା ଦେବେ ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular