ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ଅଫ୍ଲାଇନ୍ ପରୀକ୍ଷା ଫଳ। ସଂଧ୍ୟାରେ ରେଜଲ୍ଟ ପ୍ରକାଶ ପାଇବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପକ୍ଷରୁ ସୂଚନା ଦିଆଯାଇଛି। ସିଏଚ୍ଏସ୍ଇର ଅନୁସାରେ, www.orissaresults.nic.in ୱେବସାଇଟରେ ରେଜଲ୍ଟ ପ୍ରକାଶ ପାଇବ। ସୂଚନାଯୋଗ୍ୟ ପରୀକ୍ଷା ନଦେଇ ପିଲାମାନଙ୍କ ରେଜଲ୍ଟ ପ୍ରକାଶ ପାଇଥିଲା। ଏହାକୁ ନେଇ କେତେକ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତେବେ ଛାତ୍ରଛାତ୍ରୀଙ୍କ ମନରେ ଥିବା ଅସନ୍ତୋଷ ଦୂର କରିବା ପାଇଁ ଅଫ୍ଲାଇନ୍ ପରୀକ୍ଷା କରିବାକୁ ନିଷ୍ପତ୍ତି ହୋଇଥିଲା। ଯୁକ୍ତ ଦୁଇ ଅଫ୍ଲାଇନ୍ ପରୀକ୍ଷା ଅକ୍ଟୋବର ୧ରୁ ଆରମ୍ଭ ହୋଇ ୧୧ ତାରିଖରେ ସରିଥିଲା। ବିକଳ୍ପ ମୂଲ୍ୟାୟନରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଇଥିଲେ।୧୩,୦୪୩ ଛାତ୍ରଛାତ୍ରୀ ପରୀକ୍ଷା ପାଇଁ ଆବେଦନ କରିଥିଲେ। ୨ଟି ଇଲେକ୍ଟିଭ୍ ସବ୍ଜେକ୍ଟ ଓ ମାତୃଭାଷାରେ ପରୀକ୍ଷା ହୋଇଥିଲା।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0