ନୂଆଦିଲ୍ଲୀ: ଦେଶରେ ହୁ ହୁ ହୋଇ ବଢୁଛି କରୋନା ଆକ୍ରନ୍ତଙ୍କ ସଂଖ୍ୟା । ଏହାକୁ ନଜରରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଣି ଥରେ ମୁଖ୍ୟମନ୍ତ୍ରୀମାନଙ୍କ ସହ ଏନେଇ ଆଲୋଚନା କରିବେ । ମହାମାରୀ ସ୍ଥିତି ସମୀକ୍ଷା କରିବା ପାଇଁ ସେପ୍ଟେମ୍ବର ୨୩ରେ ସାତଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ ମୋଦୀ । ପ୍ରଧାନମନ୍ତ୍ରୀଙ୍କ ସହ ଏହି ଆଲୋଚନାରେ ମହାରାଷ୍ଟ୍ର, ଦିଲ୍ଲୀ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ସାମିଲ ହେବେ । ଏହା ପୂୂର୍ବରୁ ମୋଦୀ ଅଗଷ୍ଟ ୧୧ରେ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିଥିଲେ । ଏବେ ପୁଣି ଥରେ ସେମାନଙ୍କ ସହ ଆଲୋଚନା କରି କରୋନା ସ୍ଥିତି ସମୀକ୍ଷା କରିବେ ।



Visitors Today : 0
Total Visitors : 130175
Total Views : 9891622
Visitors Online Now : 0