ଖୋର୍ଦ୍ଧା : ଖୋର୍ଦ୍ଧା ୧୬ ନମ୍ବର ଜାତୀୟ ରାଜପଥରେ ପୁଲିସ ପେଟ୍ରୋଲିଂ ସେବା ଆରମ୍ଭ । ରାଜପଥରୁ ଆସୁଥିବା ପିତାପଲ୍ଲୀ ଠାରୁ ବାଲୁଗାଁ ପର୍ଯ୍ୟନ୍ତ ଏହି ପେଟ୍ରୋଲିଂ ବ୍ୟବସ୍ଥା କରାଯାଇଛି । ମୁଖ୍ୟମନ୍ତ୍ରୀ ଭର୍ଚୁଆଲ କନଫେରେନ୍ସ ମାଧ୍ୟମରେ ଏହାର ଶୁଭାରମ୍ଭ କରିଛନ୍ତିି । ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ମଧ୍ୟ ଭର୍ଚୁଆଲ କନଫେରେନ୍ସ ମାଧ୍ୟମରେ କାର୍ଯ୍ୟକ୍ରମକୁ ନେଇ ଆଲୋକପାତ କରିଥିଲେ । ଜାତୀୟ ରାଜପଥରେ ରାହାଜାନୀ ରୋକିବା , ଦୁର୍ଘଟଣାଗ୍ରସ୍ତ ଲୋକଙ୍କୁ ତୁରନ୍ତ ସହାୟତା କରିବା ଉଦେ୍ଦଶ୍ୟରେ ଏହି ସେବା ଆରମ୍ଭ ହୋଇଛି । ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାଞ୍ଚଳ ପୋଲିସ ଡ଼ି .ଆଇ.ଜି ଆଶିଷ ସିଂ, ଜିଲ୍ଲାପାଳ ସନତ ମହାନ୍ତି ,ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ଏବଂ ଖୋର୍ଦ୍ଧା ବିଧାୟକଙ୍କ ସମେତ ବହୁ ପ୍ରମୁଖ ବ୍ୟକ୍ତି ଉପସ୍ଥିତ ଥିଲେ ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0