ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କର ପରଲୋକ ଘଟିଛି । ଆଜି ସଂଧ୍ୟାରେ ୮୪ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି । ଅନେକ ଦିନ ଧରି ଦିଲ୍ଲୀର ଆର୍ମି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ତାଙ୍କର ପରଲୋକ ଘଟିଥିବା କଥା ତାଙ୍କ ପୁଅ ଅଭିଜିତ୍ ମୁଖାର୍ଜୀ ଟ୍ୱିଟ୍ କରି ସୂଚନା ଦେଇଥିଲେ । ତାଙ୍କର ଦୀର୍ଘ ରାଜନୈତିକ କ୍ୟାରିୟରରେ ସେ ଅନେକ ଗୁରୁତ୍ୱପୂର୍ଣ୍ଣ ପଦବୀରେ ରହିଥିଲେ ।
ବରିଷ୍ଠ କଂଗ୍ରେସ ନେତା ପ୍ରଣବ ୧୯୩୫ ମସିହାରେ ପଶ୍ଚିମବଙ୍ଗରେ ଜନ୍ମଗ୍ରହଣ କରିଥିଲେ । ୨୦୧୨- ୨୦୧୭ ଯାଏ ଭାରତର ରାଷ୍ଟ୍ରପତି ଥିଲେ । ୨୦୦୪-୨୦୧୨ରେ ଲୋକସଭାକୁ ନିର୍ବାଚିତ ହୋଇଥିଲେ । ୧୯୬୯ ମସିହାରେ ପ୍ରଥମ ଥର ପାଇଁ ସାଂସଦ ହୋଇଥିଲେ । ୧୯୯୧- ୧୯୯୬ ଯାଏ ଭାରତ ଯୋଜନା ବୋର୍ଡର ଉପାଧକ୍ଷ ହୋଇଥିଲେ । ୧୯୯୫ରେ ବୈଦେଶିକ ମନ୍ତ୍ରୀ ଦାୟିତ୍ୱ ତୁଲାଇଥିଲେ । ଦୁଇ ଥର ଅର୍ଥମନ୍ତ୍ରୀ ଦାୟିତ୍ୱ ତୁଲାଇଥିଲେ । ୨୦୧୯ରେ ତାଙ୍କୁ ଭାରତ ସରକାରଙ୍କ ପକ୍ଷରୁ ଭାରତ ରତ୍ନ ପୁରସ୍କାରରେ ସମ୍ମାନିତ କରାଯାଇଥିଲା । ତାଙ୍କ ମୃତ୍ୟୁରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି ।



Visitors Today : 6
Total Visitors : 130175
Total Views : 9891622
Visitors Online Now : 0