ବାଲୁଗାଁ ବିଜେପି ମଣ୍ଡଳ ସଭାପତିଙ୍କୁ ମାଡ଼ ମାରିବା ମାମଲାରେ ଗିରଫ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏହି ମାମଲାରେ ଆଗୁଆ ଜାମିନ ପାଇବା ପାଇଁ ଅକ୍ଟୋବର ୫ ତାରିଖରେ ହାଇକୋର୍ଟ ଯାଇଥିଲେ ପ୍ରଶାନ୍ତ। ତେବେ ହାଇକୋର୍ଟ ତାଙ୍କୁ ଆଗୁଆ ଜାମିନ ଦେଇ ନଥିଲେ। ତାଙ୍କୁ ନିମ୍ନ କୋର୍ଟରେ ହାଜର ହୋଇ ଜାମିନ ଆବେଦନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ସେହି ନିର୍ଦ୍ଦେଶ ପ୍ରକାରେ ୮ ତାରିଖରେ ପ୍ରଶାନ୍ତ ଖୋର୍ଦ୍ଧା ଏଡିଜେ-୧ କୋର୍ଟରେ ଜାମିନ ଆବେଦନ କରିଥିଲେ। ତେବେ କୋର୍ଟ ତାଙ୍କ ଜାମିନ ଆବେଦନ ଖାରଜ କରି ଦେଇଥିଲେ। ଏହା ପରେ ତାଙ୍କୁ ଜେଲ୍ ଯିବାକୁ ପଡ଼ିଥିଲା। ସୂଚନାଯୋଗ୍ୟ ଯେ ସେପ୍ଟେମ୍ବର ୮ ତାରିଖରେ ବାଲୁଗାଁ ଏନଏସି ଅଫିସ ସାମ୍ନାରେ ବାଲୁଗାଁ ବିଜେପି ମଣ୍ଡଳ ସଭାପତି ନିରଞ୍ଜନ ସେଠୀଙ୍କୁ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା। ଏହାର ଏକ ଭିଡିଓ ମଧ୍ୟ ସୋଶାଲ୍ ମିଡିଆରେ ଭାଇରାଲ ହୋଇଥିଲା। ଏହି ଘଟଣା ପରେ ବିଜେଡିରୁ ତାଙ୍କୁ ନିଲମ୍ବନ କରାଯାଇଥିଲା।



Visitors Today : 1
Total Visitors : 130301
Total Views : 9891804
Visitors Online Now : 0