ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅସୁସ୍ଥ । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଦିଲ୍ଲୀ ସ୍ଥିତ ଆର୍ମୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ହସ୍ପିଟାଲରେ ସ୍ବତନ୍ତ୍ର ଡାକ୍ତରୀ ଟିମ୍ ତାଙ୍କୁ ଚିକିତ୍ସା କରୁଥିବା ସୂଚନା ମିଳିଛି ।ହସ୍ପିଟାଲ ପକ୍ଷରୁ ଜାରି ବୟାନ ଅନୁଯାୟୀ ବର୍ତ୍ତମାନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଛି । ତେବେ ସ୍ବତନ୍ତ୍ର ଡାକ୍ତରୀ ଟିମ୍ ତାଙ୍କ ଉପରେ ନଜର ରଖିଛନ୍ତି । ବର୍ତ୍ତମାନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସ୍ବାସ୍ଥ୍ୟବସ୍ଥା ଭଲ ଥିବା ସୂଚନା ମିଳିଛି । ଅସୁସ୍ଥ ହେବା ଖବର ପାଇବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0