କରୋନା ଟିକା ନେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । କୋଭିଡ଼ର ପ୍ରଥମ ଟିକା ସେ ଦିଲ୍ଲୀ ଏମ୍ସରେ ନେଇଛନ୍ତି। ଏ ସଂପର୍କରେ ସେ ନିଜେ ଟ୍ୱିଟ୍ କରି ଜଣାଇଛନ୍ତି।ଟିକା ନେବା ପରେ ସେ ସମସ୍ତ ଡାକ୍ତର ଏବଂ ବୈଜ୍ଞାନିକମାନଙ୍କୁ ଧନ୍ୟବାଦ ଦେଇଛନ୍ତି। ବୈଜ୍ଞାନିକ ଏବଂ ଡାକ୍ତରଙ୍କ ଉଦ୍ୟମ ଯୋଗୁଁ ଭାରତ ଆଜି କୋଭିଡ ବିରୋଧରେ ଭଲ ଭାବେ ଲଢ଼େଇ କରିପାରୁଛି ବୋଲି ମୋଦି କହିଛନ୍ତି। ଏଥିସହ ସମସ୍ତ ଯୋଗ୍ୟ ବ୍ୟକ୍ତିଙ୍କୁ ଟିକା ନେବାକୁ ପ୍ରଧାନମନ୍ତ୍ରୀ ଅନୁରୋଧ କରିଛନ୍ତି। ଟିକା ନେଇ ଭାରତକୁ କୋଭିଡ୍ ମୁକ୍ତ କରିବାକୁ ସେ ଆହ୍ୱାନ କରିଛନ୍ତି। ଆଜିଠାରୁ ୬୦ରୁ ଅଧିକ ବୟସ୍କ ଲୋକମାନେ ଟିକା ନେଇପାରିବେ। ସେହିଭଳି ୪୫ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତି, ଯେଉଁମାନେ ବହୁବିଧ ରୋଗରେ ଆକ୍ରାନ୍ତ ଥିବେ, ସେମାନେ ମଧ୍ୟ ଟିକା ନେବେ। ଯେଉଁମାନେ ଘରୋଇ ହସ୍ପିଟାଲରେ ଟିକା ନେବେ ସେମାନଙ୍କୁ ଡୋଜ୍ ପିଛା ୨୫୦ ଟଙ୍କା ଦେବାକୁ ହେବ। ଯେଉଁମାନେ ଟିକା ନେବେ ସମସ୍ତଙ୍କୁ କୋଓ୍ୱିନ ଆପରେ ରେଜିଷ୍ଟ୍ରେସନ କରିବାକୁ ହେବ। ସକାଳ ୯ଟାରୁ ଏହି ରେଜିଷ୍ଟ୍ରେସନ କରିପାରିବେ।



Visitors Today : 4
Total Visitors : 130422
Total Views : 9891952
Visitors Online Now : 0