spot_img

ଯୋଗ୍ୟ ହିତାଧିକାରୀଙ୍କୁ ମିଳୁନି ସରକାରୀ ସହାୟତା, ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଦିଗପହଣ୍ଡି : ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଗ୍ରାମରେ ସରକାରୀ ଯୋଜନା ହିତାଧିକାରୀ ଚୟନରେ ପକ୍ଷ ପାତିତା ଅଭିଯୋଗ ହୋଇଛି । ଯୋଗ୍ୟ ହିତାଧିକାରୀଙ୍କୁ ବାର୍ଦ୍ଧକ୍ୟ, ଭିନ୍ନକ୍ଷମ ଭତ୍ତା ମିଳୁନି। ଇନ୍ଦିରା ଆବାସ, ପ୍ରଧାନମନ୍ତ୍ରୀ ଆବାସ ଓ ବିଜୁ ପକ୍କା ଘର ଯୋଜନା, ପାଇଖାନା ନିର୍ମାଣ, ମୋ ଗୁହାଳ ହିତାଧିକାରୀ ଚୟନରେ ଦଳୀୟ ବାଛବିଚାର ଅଭିଯୋଗ ହୋଇଛି । ବାରମ୍ବାର ଅଭିଯୋଗ କଲେ ମଧ୍ୟ ବ୍ଲକ ପ୍ରଶାସନ ଏବଂ ସରପଞ୍ଚ ମଧ୍ୟ କର୍ଣ୍ଣପାତ କରୁନଥିବା ଅଭିଯୋଗ ହୋଇଛି । ଫଳରେ ୫୦ରୁ ଅଧିକ ବୃଦ୍ଧା ବୃଦ୍ଧ ବ୍ଲକ କାର୍ୟ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଛନ୍ତି । ବ୍ଲକ କାର୍ଯ୍ୟାଳୟ ମୁଖ୍ୟ କିରାଣୀ ତ୍ରିନାଥ ଶବରଙ୍କ ଜରିଆରେ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଦସ୍ତଖତ ସମ୍ବଳିତ ସ୍ମାରକପତ୍ର ପ୍ରଦାନ କରିଛନ୍ତି । ଶୀଘ୍ର ସମସ୍ୟାର ସମାଧାନ କରାନଗଲେ ଆନ୍ଦୋଳନକୁ ଜୋରଦାର କରାଯିବ ବୋଲି ଚେତାବନୀ ମଧ୍ୟ ଦେଇଛନ୍ତି । ଖୁବ୍ ଶୀଘ୍ର ପ୍ରକୃତ ହିତାଧିକାରୀଙ୍କୁ ଚିହ୍ନଟ କରାଯାଇ ବିଭିନ୍ନ ସରକାରୀ ଜନକଲ୍ୟାଣ ଯୋଜନାରେ ସାମିଲ କରାଯିବ ବୋଲି ବିଡ଼ିଓ ପ୍ରତିଶ୍ରୁତି ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular