ପୁରୀ : ଦୀର୍ଘ ୯ ମାସ ପରେ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଛି। ସମ୍ପୂର୍ଣ୍ଣ କୋଭିଡ କଟକଣା ଭିତରେ ଆଜି ରାଜ୍ୟ ତଥା ରାଜ୍ୟ ବାହାର ଭକ୍ତମାନେ କାଳିଆ ଦର୍ଶନ କରି ଫେରିଛନ୍ତି। ଦର୍ଶନ ବ୍ୟବସ୍ଥା ଶୃଙ୍ଖଳିତ ଥିଲେ ବି କଟକଣା ଯୋଗୁ ପ୍ରଥମଦିନରେ ମାତ୍ର ୪ହଜାର ଭକ୍ତ ମହାପ୍ରଭୁଙ୍କୁ ଦର୍ଶନ କରିବାର ସୁଯୋଗ ପାଇଛନ୍ତି। ତେବେ ୯୬ ଘଣ୍ଟାର କୋଭିଡ ନେଗେଟିଭ ରିପୋର୍ଟ କଟକଣା ଯୋଗୁଁ ଅନେକ ଭକ୍ତଙ୍କୁ ଦର୍ଶନରୁ ବଞ୍ଚିତ ରହିଛନ୍ତି। ରାଜ୍ୟ ବାହାର ଭକ୍ତମାନେ ଦର୍ଶନ ନ ପାଇ ନିରାଶ ହୋଇ ଫେରିଛନ୍ତି। ସକାଳ ୮ଟାରୁ ମାର୍କେଟ ଛକରୁ ବାରିକେଡ ଦେଇ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଯାଇଥିଲେ। ଏଥିପାଇଁ ମାର୍କେଟ ଛକରୁ ଗାଡ଼ିମୋଟର ଚଳାଚଳ ବନ୍ଦ ରଖାଯାଇଥିଲା। ଶ୍ରୀମନ୍ଦିର ଭିତରେ ବି କଟକଣା ରହିଥିଲା। ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ଭିତରେ ଓ ବାହାରେ ବରିଷ୍ଠ ପୁଲିସ ଓ ପ୍ରଶାସନିକ ଅଧିକାରୀଙ୍କ ସହିତ ୧୮ ପ୍ଲାଟୁନ ଫୋର୍ସ ମୁତୟନ ହୋଇଥିଲେ।



Visitors Today : 4
Total Visitors : 130422
Total Views : 9891952
Visitors Online Now : 0