ପୁରୀ: ଆସନ୍ତାକାଲିଠୁ ବାହାର ଜିଲ୍ଲାର ଭକ୍ତମାନେ ଆସି ଜଗା ଦର୍ଶନ କରିପାରିବେ । ଆସନ୍ତାକାଲି ମନ୍ଦିର ଖୋଲିଲେ ପ୍ରତିଦିନ ୧୫ରୁ ୧୭ ହଜାର ଭକ୍ତ ମହାପ୍ରଭୁଙ୍କ ଦର୍ଶନ ଲାଭ କରିପାରିବେ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଆଶା ରଖିଛନ୍ତି । ହେଲେ ନୂଆବର୍ଷରେ ଅଧିକ ଜନଗହଳିକୁ ଦୃଷ୍ଟିରେ ରଖି ଗତକାଲି ଭଳି ଆଜି ମଧ୍ୟ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ ।ମହାପ୍ରଭୁଙ୍କ ଦର୍ଶନ ପାଇଁ ଯେଉଁ ଭକ୍ତ ଆସିବେ ସେମାନେ କୋଭିଡ ନେଗଟିଭ ରିପୋର୍ଟ ଆଣିବା ବାଧ୍ୟତାମୂଳକ । ପୁରୀବାସୀଙ୍କ ପାଇଁ ହୋଇଥିବା ୬ ଦିନିଆ ଦର୍ଶନ ବ୍ୟବସ୍ଥା ପରେ ଦିନକୁ ୧୫ରୁ ୧୭ ହଜାର ଭକ୍ତଙ୍କ ଦର୍ଶନ ବ୍ୟବସ୍ଥା ହୋଇପାରିବ। ଯଦି ଶୃଙ୍ଖଳିତ ଦର୍ଶନ ହୁଏ ତେବେ ଫେବ୍ରୁଆରୀରୁ ସ୍ଥିତି ଅନୁଧ୍ୟାନ କରି ପୂର୍ବଭଳି ଦର୍ଶନ ବ୍ୟବସ୍ଥା କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି । ତେବେ ୬୫ବର୍ଷରୁ ଅଧିକ ଓ ୧୦ବର୍ଷରୁ କମ୍ ପିଲାଙ୍କୁ କରୋନା ସଂକ୍ରମଣ ଦୃଷ୍ଟିରୁ ଦର୍ଶନ ପାଇଁ ବାରଣ କରାଯାଇଛି।



Visitors Today : 1
Total Visitors : 130301
Total Views : 9891804
Visitors Online Now : 0