ଭୁବନେଶ୍ୱର : ବରିଷ୍ଠ ସେବାୟତ ତଥା ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ଦେହାନ୍ତ ହୋଇଛି । ପୁରୀ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ମିଳିଥିବା ସୂଚନା ଅନୁସାରେ, ଗତକାଲି ରାତିରେ ତାଙ୍କ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ପରେ ତାଙ୍କୁ ପୁରୀ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ସେଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ । ଶ୍ରୀ ଦାସମହାପାତ୍ର ପୂର୍ବରୁ ଦଇତାପତି ନିଯୋଗର ସମ୍ପାଦକ ଥିଲେ । ୨୦୧୫ ନବକଳେବର ସମୟରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0