ପୁରୀ ଡିଆରଡିଏ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି ଜିଲ୍ଲା ପରିଷଦ ବୈଠକ। ଏହି ବୈଠକରେ ଜିଲ୍ଲାପରିଷଦର ସମସ୍ତ ସଦସ୍ୟ ଓ ପ୍ରଶାସନିକ ଅଧିକାରୀ ମାନେ ଉପସ୍ଥିତ ଅଛନ୍ତି। ଉକ୍ତ ବୈଠକରେ ଜିଲ୍ଲାପରିଷଦ ଅଧ୍ୟକ୍ଷ ଜ୍ୟୋତିର୍ମୟ ଦଳାଇ, ଜିଲ୍ଲାପାଳ ସମର୍ଥ ବର୍ମା, ପୁରୀ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ, ପିପିଲି ବିଧାୟକ ରୁଦ୍ର ପ୍ରତାପ ମହାରଥି, ସତ୍ୟବାଦୀ ବିଧାୟକ ଉମା ସାମନ୍ତରାୟ, କାକଟପୁର ବିଧାୟକ ତୁଷାରକାନ୍ତି ବେହେରା, ପୁରୀ ସାଂସଦ ପିନାକୀ ମିଶ୍ରଙ୍କ ସହ ଜିଲ୍ଲାପରିଷଦର ସମସ୍ତ ସଦସ୍ୟ ଓ ପ୍ରଶାସନିକ ଅଧିକାରୀ ମାନେ ଉପସ୍ଥିତ ଅଛନ୍ତି। ପାନୀୟଜଳ ଯୋଗାଣ ଓ ପରିମଳ ବିଭାଗ, ଗ୍ରାମ ନିର୍ମାଣ ବିଭାଗ, ସ୍ବାସ୍ୟ ଓ ପରିବାର କଲ୍ୟାଣ ବିଭାଗ ଭଳି ଅନେକ ଗୁରୁତ୍ଵପୂର୍ଣ୍ଣ ବିଷୟ ଉପରେ ଆଲୋଚନା ହେଉଛି। ୨୦୨୧-୨୨ ଆର୍ଥିକ ବର୍ଷରେ ଅନୁଦାନ ଖର୍ଚ୍ଚ ଓ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଆଲୋଚନା କରାଯାଉଛି।



Visitors Today : 0
Total Visitors : 130302
Total Views : 9891805
Visitors Online Now : 0