ୱେଷ୍ଟର୍ଣ୍ଣ ନାଭାଲ କମାଣ୍ଡ ମୁଖ୍ୟ ଭାଇସ ଆଡମିରାଲ ଆର ହରି କୁମାରଙ୍କୁ ଦେଶର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବେ ନିଯୁକ୍ତ କରାଯାଇଛି। ସେ ଆସନ୍ତା ୩୦ରେ ବର୍ତ୍ତମାନ ନୌସେନା ମୁଖ୍ୟ ଭାବେ କାର୍ଯ୍ୟ କରୁଥିବା ଆଡମିରାଲ କରମବୀର ସିଂହଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିବେ। ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବର୍ତ୍ତମାନ ଆର ହରି କୁମାର ୱେଷ୍ଟର୍ଣ୍ଣ ନାଭାଲ କମାଣ୍ଡରେ ଫ୍ଲାଗ ଅଫିସର କମାଣ୍ଡିଂ ଇନ ଚିଫ ଭାବେ କାର୍ଯ୍ୟ କରୁଛନ୍ତି। ନୌସେନାର କାର୍ଯ୍ୟନିର୍ବାହୀ ବ୍ରାଞ୍ଚରେ ହରି କୁମାର ୧୯୮୩ ମସିହା ଜାନୁଆରୀ ୧ରେ ନିଯୁକ୍ତ ପାଇଥିଲେ। ଏହି ୩୯ ବର୍ଷର କାର୍ଯ୍ୟକାଳ ମଧ୍ୟରେ ସେ ନୌସେନାର ବିଭିନ୍ନ ପଦପଦବୀରେ କାମ କରିଛନ୍ତି। ସେ ଆଇଏନଏସ୍ ବିରାଟ ଓ ମିସାଇଲ ବିଧ୍ୱଂସକାରୀ ଆଇଏନଏସ୍ ରଣବୀରର ପରିଚାଳନା ଦାୟିତ୍ୱ ସମ୍ପାଦନ କରିଛନ୍ତି। ଏହା ବ୍ୟତୀତ ଆର ହରି କୁମାର ଇଣ୍ଟିଗ୍ରେଟେଡ ଡିଫେନ୍ସ ଷ୍ଟାଫ ମୁଖ୍ୟ ଭାବେ ମଧ୍ୟ କାର୍ଯ୍ୟ କରିବାର ଅଭିଜ୍ଞତା ରଖିଛନ୍ତି। ତେଣୁ ତାଙ୍କୁ ନୌସେନାର ମୁଖ୍ୟ ଭାବେ ନିଯୁକ୍ତି ମିଳିଛି। ୩୦ ତାରିଖ ମଧ୍ୟାହ୍ନରୁ ସେ ନୌସେନା ମୁଖ୍ୟ ଭାବେ କାମ ଆରମ୍ଭ ରକିବେ।



Visitors Today : 1
Total Visitors : 130423
Total Views : 9891953
Visitors Online Now : 0