କେନ୍ଦ୍ର ରେଳରାଷ୍ଟ୍ରମନ୍ତ୍ରୀ ସୁରେଶ ଅଙ୍ଗଡିଙ୍କର କରୋନାରେ ପରଲୋକ ହୋଇଯାଇଛି । ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା । କେନ୍ଦ୍ରମନ୍ତ୍ରୀ ଅଙ୍ଗଡି ସେପେଟମ୍ବର ୧୧ରେ କରୋନା ସଂକ୍ରମିତ ହୋଇଥିଲେ । ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତି କରାଯାଇଥିଲା । ଅଙ୍ଗଡି ୧୯୫୫ରେ କର୍ଣ୍ଣାଟକର ବେଲଗାଁଓ ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ। ସେ ୨୦୦୪, ୨୦୦୯,୨୦୧୪ ଓ ୨୦୧୯ରେ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ୨୦୧୯ରେ ନିର୍ବାଚିତ ହେବା ପରେ ସେ କେନ୍ଦ୍ରମନ୍ତ୍ରୀ ହୋଇଥିଲେ । ସୁରେଶଙ୍କ ପରଲୋକରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଶୋକପ୍ରକାଶ କରିଛନ୍ତି ।



Visitors Today : 0
Total Visitors : 130175
Total Views : 9891622
Visitors Online Now : 0