ଭୁବନେଶ୍ୱର : ଆଜି ଏବଂ ଆସନ୍ତାକାଲି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଅନୁଗୁଳ, ବଲାଙ୍ଗିର, ନୂଅାପଡ଼ା ଓ ବରଗଡ଼ ଏହି ୧୧ଟି ଜିଲ୍ଲାରେ ବର୍ଷା ହେବା ସଂଭାବନା ରହିଛି। ସେହିଭଳି ୧୮ ଓ ୧୯ ତାରିଖରେ ୧୨ ଜିଲ୍ଲାରେ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗର ସୂଚନା ପରେ ଏହି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ ରହିବାକୁ ସୂଚନା ଦିଆଯାଇଛି। ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲାପାଳ ମାନଙ୍କୁ କୁହାଯାଇଛି। ସେହିପରି ଫସଲ ସୁରକ୍ଷିତ ରଖିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି।



Visitors Today : 0
Total Visitors : 130432
Total Views : 9891963
Visitors Online Now : 0