ଭୁବନେଶ୍ୱର : ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ସ୍ଥିତି ଉପରେ ନଜର ରଖିବାକୁ ତଥା ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ଜଣାଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଉତ୍ତର ଉପକୂଳ ଓଡ଼ିଶା, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼, ପୁରୀ ଏବଂ ଗଂଜାମ ଜିଲ୍ଲାରେ ଗୋଟିଏ କି ଦୁଇଟି ସ୍ଥାନରେ ବର୍ଷା ହୋଇପାରେ । ସେହିପରି ୧୧ଟି ଜିଲ୍ଲାରେ କାଳବୈଶାଖୀ ସହ ବଜ୍ରପାତ ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ଅନୁଗୁଳ ଏବଂ ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ କାଳବୈଶାଖୀ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0