spot_img

କୋଭିଡ୍ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ଗୁଜରାଟ ରାଜକୋଟ କୋଭିଡ୍ ଡାକ୍ତରଖାନାରେ ଭୟାବହ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ପାଞ୍ଚ ଜଣ ରୋଗୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଦୁଃଖଦ ଘଟଣା ରାଜକୋଟ୍ ର ମାଭଡି ଅଞ୍ଚଳରେ ଅବସ୍ଥିତ ଶିବାନନ୍ଦ ହସ୍ପିଟାଲର ଆଇସିୟୁରେ ଘଟିଛି । କୋଭିଡ ହସ୍ପିଟାଲ ହେତୁ ୧୧ ଜଣ ରୋଗୀଙ୍କୁ ଡାକ୍ତରଖାନାର ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ଡାକ୍ତରଖାନାରେ ୩୩ ଜଣ ରୋଗୀ ଭର୍ତ୍ତି ହୋଇଥିଲେ । ଅନେକ ରୋଗୀ ନିଆଁରେ ଜଳି ଯାଇଥିଲେ । ତାଙ୍କୁ ଆହତ ଅବସ୍ଥାରେ ଅନ୍ୟ ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଅଗ୍ନିକାଣ୍ଡର କାରଣ ଏପର୍ୟ୍ୟନ୍ତ ଜଣା ପଡିନାହିଁ । ନିଆଁକୁ ଆୟତ୍ତ କରିବା ପାଇଁ ଅଗ୍ନିଶମ କର୍ମଚାରୀଙ୍କୁ ଘଟଣାସ୍ଥଳକୁ ପଠାଯାଇଥିଲା, ଗୁଜୁରାଟର ମୁଖ୍ୟମନ୍ତ୍ରୀ ବିଜୟ ରୁପାନି ଏହି ମାମଲାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ବର୍ତ୍ତମାନ ରୋଗୀଙ୍କୁ ଅନ୍ୟ ଡାକ୍ତରଖାନା ଏବଂ ଅନ୍ୟାନ୍ୟ କାର୍ଯ୍ୟରେ ସ୍ଥାନାନ୍ତର କରିବାକୁ ଧ୍ୟାନ ଦିଆଯାଉଛି ।

 

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular