ରାୟଗଡ଼ା: ସୋମବାର ପ୍ରତ୍ୟୁଷରେ ପଦ୍ମପୁର ଥାନା ଅନ୍ତର୍ଗତ ଡୁମୁଲାପଦରରେ ଏକ ଟୁରିଷ୍ଟ ବସ ଦୁର୍ଘଟଣାଗ୍ରସ୍ତ ହେବାରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି ଓ ଅନ୍ୟ ୮ଜଣ ଆହତ ହୋଇଛନ୍ତି। ସୂଚନା ଅନୁସାରେ, ପର୍ୟ୍ୟଟକମାନଙ୍କୁ ନେଇ ଉକ୍ତ ବସଟି କୋରାପୁଟ ଜିଲ୍ଲାର ଗୁପ୍ତେଶ୍ୱରରୁ ରାଜଧାନୀ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ଡୁମୁଲାପଦର ଠାରେ ରାସ୍ତାର ବୁଲାଣିରେ ବସଟି ଚାଳକଙ୍କ ନିୟନ୍ତ୍ରଣରୁ ବାହାରି ଯିବା ସହ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିବା ସହ ଅନ୍ୟ ୮ଜଣ ଆହତ ହୋଇଥିଲେ। ଘଟଣାସ୍ଥଳରୁ ଆହତମାନଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ନିମନ୍ତେ ୧୦୮ ଆମ୍ବୁଲାନସ ଯୋଗେ ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଯାଇଛି। ଖବର ପାଇ କେନ୍ଦୁଗୁଡ଼ା ଫାଣ୍ଡି ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।



Visitors Today : 0
Total Visitors : 130422
Total Views : 9891952
Visitors Online Now : 0