spot_img

ଜଳିଗଲା ବସ୍, ୫୩ ମୃତ

ନୂଆଦିଲ୍ଲୀ: ଜଳିଗଲା ଯାତ୍ରୀବାହି ବସ୍। ଗ୍ୟାସ ବୋଝେଇ ଟ୍ରକ ସହ ଧକ୍କା ଦେବା ପରେ ଘଟଣାସ୍ଥଳରେ ଯାତ୍ରୀବାହି ବସରେ ନିଆଁ ଲାଗିଯାଇଛି। ଫଳରେ ୫୩ ଯାତ୍ରୀଙ୍କ ମୃତ୍ୟୁ ହୋଇଛି । ୨୯ରୁ ଅଧିକ ଲୋକ ଆହତ ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ଉଦ୍ଧାର ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସେଠାରେ ସେମାନଙ୍କ ଚିକିତ୍ସା ଜାରି ରହିଛି। ଆହତଙ୍କ ମଧ୍ୟରୁ କିଛି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ସୂଚନା ମିଳିଛି । ତେବେ ଆଗକୁ ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି ଅନୁମାନ କରାଯାଉଛି । ଆଜି ଭୋର ୩ଟା ବେଳେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular