spot_img

ଘଟଗାଁରେ ସଡ଼କ ସୁରକ୍ଷା ସପ୍ତାହ ପାଳିତ

ଘଟଗାଁ: କେନ୍ଦୁଝର ଜିଲ୍ଲା ଘଟଗାଁ ଠାରେ ସଡକ ସୁରକ୍ଷା ସପ୍ତାହ ପାଳିତ ହୋଇଯାଇଛି । ଜିଲ୍ଲା ପରିବହନ ଅଧିକାରୀଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସଡ଼କ ପରିବହନ ମନ୍ତ୍ରୀ ପଦ୍ମନାଥ ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ୟ୍ୟକ୍ରମ ର ଶୁଭାରମ୍ଭ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଉପଜିଲ୍ଲାପାଳ , ଘଟଗାଁ ଏସଡିପିଓ ,ଘଟଗାଁ ବିଡିଓ ଏଥିରେ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ଅବସରରେ ଆୟୋଜିତ ସଭାରେ ସଡ଼କ ସୁରକ୍ଷା ସମ୍ପର୍କିତ ସଚେତନତା ବାର୍ତା ଅତିଥି ମାନେ ଉପସ୍ଥିତ ଜନସାଧାରଣଙ୍କୁ ଅଭିଭାଷଣ ମାଧ୍ୟମରେ ବକ୍ତବ୍ୟ ପ୍ରଦାନ କରିଥିଲେ । ପରେ ଏକ ସଚେତନତା ରାଲି ତହସିଲ ଛକ ଠାରୁ ବାହାରି ବିଭିନ୍ନ ସ୍ଲୋଗାନ ମାନ ଦେଇ ବଜାର ପରିକ୍ରମା କରିଥିଲେ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular