ଭୁବନେଶ୍ୱର: ସ୍କୁଲ ଫି ପ୍ରସଙ୍ଗକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସମୀର ଦାସ । ଏହି ପ୍ରସଙ୍ଗରେ ସରକାର ନିଷ୍ପତ୍ତି ନେବା ପାଇଁ ହାଇକୋର୍ଟ ନିଦେ୍ର୍ଦଶ ଦେଇଥିଲା । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି ଯେ, ଏପର୍ୟ୍ୟନ୍ତ ହାଇକୋର୍ଟଙ୍କ ନିର୍ଦ୍ଦେଶ ପହଂଚି ନାହିଁ । ଯାହା କିଛି ଗଣମାଧ୍ୟମରୁ ଜାଣିବାକୁ ପାଇଛି । ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସି ବିଭାଗରେ ପହଚିଂବା ପରେ ତର୍ଜମା କରି ନିଷ୍ପତି ନିଆଯିବ ବୋଲି କହିଛନ୍ତି ଗଜପତି ଜିଲାରେ ସ୍କୁଲ ଶିକ୍ଷକମାନଙ୍କୁ କରୋନା ପଜିଟିଭ ହେବା ପ୍ରସଙ୍ଗରେ ମନ୍ତ୍ରୀ କହିଛନ୍ତି ଯେଉଁମାନେ ପଜିଟିଭ ଚିହ୍ନଟ ହେଇଛନ୍ତି, ସେମାନେ ଆଇସୁଲେସନରେ ଅଛନ୍ତି। ଗେଷ୍ଟ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କୁ ଅଣାଯାଇ ପାଠ ପଢ଼ାଯାଉଛି। ଗତକାଲି ରବିବାର ମଧ୍ୟ ୬୫ ପ୍ରତିଶତ ପିଲା ପାଠ ପଢ଼ିବାକୁ ବିଦ୍ୟାଳୟକୁ ଆସିଛନ୍ତି। ପିଲାମାନଙ୍କର ସ୍ୱାସ୍ଥ୍ୟ ଏବଂ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କର ସ୍ୱାସ୍ଥ୍ୟ ଆମ ପାଇଁ ବେଶ ଗୁତୁତ୍ୱପୂର୍ଣ୍ଣ ଏବଂ ସରକାରଙ୍କ ଗାଇଡଲାଇନ ମାନି ସମସ୍ତ କାଯ୍ୟ କରାଯାଉଛି ବୋଲି ସେ ସୂଚନା ଦେଇଛନ୍ତି। ହାଇକୋର୍ଟ କହିଛନ୍ତି, ଏମଓୟୁ ଅନୁସାରେ ଘରୋଇ ସ୍କୁଲ ଉପରେ ସରକାରଙ୍କ କର୍ତୃତ୍ୱ ରହିଛି । ତେଣୁ ସରକାର ଚାହିଁଲେ ସ୍କୁଲ ଫି’ କମାଇବା ପାଇଁ ନିର୍ଦ୍ଦେଶ ଦେଇପାରିବେ । ଯଦି ସରକାରଙ୍କ ନିର୍ଦ୍ଦେଶକୁ କୌଣସି ଘରୋଇ ସ୍କୁଲ ଅମାନ୍ୟ କରେ, ତେବେ ସରକାର ସେହି ସ୍କୁଲକୁ ଦେଇଥିବା ଏନଓସି ପ୍ରତ୍ୟାହାର କରିପାରିବେ । ଗଣଶିକ୍ଷା ବିଭାଗର ସଚିବଙ୍କ ଅଧ୍ୟକ୍ଷତାରେ ହୋଇଥିବା ପ୍ରସ୍ତାବକୁ ହାଇକୋର୍ଟ ଗୁରୁତ୍ୱ ଦେଇଛନ୍ତି । ସ୍କୁଲ ଅଭିଭାବକ ସଂଘ, ଘରୋଇ ସ୍କୁଲ ସଂଘ, ମାମଲାର ଆବେଦନକାରୀ ଏବଂ ଗଣଶିକ୍ଷା ବିଭାଗର ମିଳିତ ବୈଠକରେ ସ୍କୁଲ ଫି’ର କିଛି ଅଂଶ ଛାଡ଼ ନେଇ ସୁପାରିସ କରାଯାଇଥିଲା ।



Visitors Today : 0
Total Visitors : 130422
Total Views : 9891952
Visitors Online Now : 0