ପୁରୀ : ଶ୍ରୀମନ୍ଦିରରେ ଆସନ୍ତାକାଲିଠାରୁ ମହାପ୍ରଭୁଙ୍କ କାର୍ତ୍ତିକ ନୀତି ଆରମ୍ଭ ହେବ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି । ସବୁ ସେବାୟତଙ୍କ ଭିତରେ ସହଯୋଗ ରଖି ମହାପ୍ରଭୁଙ୍କ ନୀତିକୁ ସୁରୁଖୁରୁରେ ସମ୍ପାଦନ କରାଯିବ ବୋଲି ଶ୍ରୀମନ୍ଦିର ନୀତି ପ୍ରଶାସକ କହିଛନ୍ତି ।
ଆଶ୍ବୀନ ମାସ ଶୁକ୍ଳପକ୍ଷ ଏକାଦଶୀ ଅର୍ଥାତ୍ ଆସନ୍ତାକାଲିଠାରୁ କାର୍ତ୍ତିକ ବ୍ରତ ଆରମ୍ଭ ହେବ। ଚୂଡ଼ାନ୍ତ ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ ଭୋର ୪ ଟାରେ ଦ୍ବାର ଫିଟା, ତାପରେ ମଙ୍ଗଳା ଆରତୀ, ମଇଲମ, ତଡ଼ପଲାଗି, ଅବକାଶ ପରେ ରାଧାଦାମୋଦର ବେଶ, ଗୋପାଳବଲ୍ଲଭ, ସକାଳ ଧୂପ, ଭୋଗମଣ୍ଡପ ପରେ ଦିବା ପହୁଡ଼ ଏବଂ ସନ୍ଧ୍ୟା ଆରତୀ, ସନ୍ଧ୍ୟା ଧୂପ, ବଡ଼ସିଂହାର ବେଶ ଆଦି ନୀତି କରାଯିବ ।
ଆଗାମୀ ୨୫ ତାରିଖରେ ପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ, ୨୬ ତାରିଖରେ ବାଙ୍କଚୂଡ଼ ବେଶ, ୨୭ରେ ନାଗାର୍ଜୁନ ବେଶ, ୨୮ ତାରିଖରେ ତ୍ରିବିକ୍ରମ ବେଶ, ୨୯ ତାରିଖରେ ଲକ୍ଷ୍ମୀନୃସିଂହ ବେଶ ସହ ଶେଷରେ ୩୦ ତାରିଖରେ ରାଜାଧିରାଜ ବେଶ ଅନୁଷ୍ଠିତ ହେବ।



Visitors Today : 2
Total Visitors : 130432
Total Views : 9891963
Visitors Online Now : 0