spot_img

ନଭେମ୍ବର ମାସରେ ସ୍କୁଲ ଖୋଲିବା ନିଷ୍ପତ୍ତି ସ୍ଥଗିତ : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ନଭେମ୍ବର ମାସରେ ଖୋଲିବନି ସ୍କୁଲ । ଦୁଇ ଦିନ ତଳେ ନବମରୁ ଦ୍ୱାଦଶ ଶ୍ରେଣୀ ଖୋଲିବାକୁ ନିଆଯାଇଥିବା ନିଷ୍ପତ୍ତିକୁ ସାମୟିକ ଭାବେ ସ୍ଥଗିତ ରଖାଯାଇଛି । ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ରାଜ୍ୟରେ ଡିସେମ୍ବରରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ନେଇ ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନିଆଯାଇଛି ବୋଲି କହିଛନ୍ତି ବିଭାଗୀୟ ମନ୍ତ୍ରୀ । ଆନ୍ଧ୍ରପ୍ରଦେଶ ସମେତ କେତେ ରାଜ୍ୟରେ ସ୍କୁଲ ଖୋଲିବା ପରେ ଶିକ୍ଷକ ଓ ଛାତ୍ରଛାତ୍ରୀ ବହୁମାତ୍ରାରେ କରୋନାରେ ସଂକ୍ରମିତ ହୋଇଛନ୍ତି । ଯାହା ବର୍ତ୍ତମାନ ଚିନ୍ତାର ବିଷୟ ପାଲଟିଛି । ସେଥିପାଇଁ ରାଜ୍ୟ ଗଣଶିକ୍ଷାମନ୍ତ୍ରୀ କହିଛନ୍ତି କି ପିଲାମାନଙ୍କ ସ୍ୱାର୍ଥକୁ ଦେଖି ବିଚାର ବିମର୍ଶ ପରେ ନିଷ୍ପତ୍ତି ନିଆଯିବ । ବର୍ତ୍ତମାନ ସାମୟିକ ଭାବେ ସ୍କୁଲ ଖୋଲିବାକୁ ସ୍ଥଗିତ ରଖାଯାଇଛି । ବର୍ତ୍ତମାନ ଆମେ ସ୍ୱାସ୍ଥ୍ୟ ବିଭାଗର ପରବର୍ତ୍ତୀ ଗାଇଡଲାଇନକୁ ଅପେକ୍ଷା କରିଛୁ । ତେବେ ନଭେମ୍ବର ମାସରେ ଖୋଲିବନି ସ୍କୁଲ । …..

LEAVE A REPLY

Please enter your comment!
Please enter your name here

- Advertisment -

Most Popular