ଗଞ୍ଜାମ : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଘୋଡାହାଡ ରାସ୍ତାରେ ସ୍କୁଟି ସହ ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ତିନି ଜଣ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । କିନ୍ତୁ ଗୁରୁତର ଅବସ୍ଥାରେ ତିନି ଜଣଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।
ପଦ୍ମନାଭପୁର ପୋଷ୍ଟ ଅଫିସରେ କାମ କରୁଥିବା ଜଣେ ଯୁବତୀ ତଲାସିଙ୍ଗି ଗାଁରୁ ସ୍କୁଟି ଯୋଗେ ଫେରୁଥିବା ବେଳେ ବିପରୀତ ଦିଗରୁ ଦ୍ରୁତଗତିରେ ଆସି ଏକ ବାଇକ୍ ତାଙ୍କୁ ଧକ୍କା ଦେଇଥିଲା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ରାସ୍ତାରୁ ବାଇକ୍ ହଟାଇ ତଦନ୍ତ ଆରମ୍ଭ କରିଛନ୍ତି ।



Visitors Today : 0
Total Visitors : 130530
Total Views : 9892077
Visitors Online Now : 0