ଭୁବନେଶ୍ବର : କୋଣାର୍କ ଥାନା ଚନ୍ଦ୍ରଭାଗା ମେଳା ପଡିଆରେ ୧୪୪ ଧାରା ଜାରି। ୧୮ ତାରିଖ ପୂର୍ବାହ୍ନ ୧୧ଟାଠାରୁ ୧୯ ତାରିଖ ଅପରାହ୍ନ ୧ଟା ପର୍ଯ୍ୟନ୍ତ ୧୪୪ ଧାରା ବଳବତ୍ତର ରହିବ। ଜନସାଧାରଣଙ୍କ ଚନ୍ଦ୍ରଭାଗାରେ ବୁଡ ପକାଇବା ଏବଂ ପହିଲି ସୂର୍ଯ୍ୟ ଦର୍ଶନ ଉପରେ କଟକଣା ଜାରି ରହିବ। ଜିଲ୍ଲା ପ୍ରଶାସନ ପକ୍ଷରୁ ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ ୧୪୪ ଧାରା ଜାରି କରିଛନ୍ତି।
ନିର୍ଦ୍ଦେଶନାମା ଅନୁଯାୟୀ ସର୍ବାଧିକ ୫ ଶହ ବ୍ୟକ୍ତିଙ୍କ ଉପସ୍ଥିତିରେ ଯଥାବିଧି ପୂଜାର୍ଚ୍ଚନା ସମ୍ପନ୍ନ ହେବ।ସଂପୃକ୍ତ ସେବାୟତ, ଯାତ୍ରାରେ ସାମିଲ ସହାୟକ, ସରକାରୀ କର୍ମଚାରୀ, ସ୍ଥାନୀୟ ସାମ୍ବାଦିକ ସାମିଲ ରହିବେ। କଟକଣାର ଉଲଙ୍ଘନକାରୀଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସହଯୋଗ କରିବାକୁ ପ୍ରଶାସନ ପକ୍ଷରୁ ଜନସାଧାରଣ ମାନଙ୍କୁ ଅନୁରୋଧ କରାଯାଇଛି।



Visitors Today : 1
Total Visitors : 130303
Total Views : 9891806
Visitors Online Now : 0