ବଲାଙ୍ଗିର : ବଲାଙ୍ଗିରରେ କରୋନା ସଂକ୍ରମଣର ସ୍ଥିତିକୁ ଦେଖି ବିଭିନ୍ନ ସଙ୍ଗଠନ ପକ୍ଷରୁ ଭିନ୍ନ ପଦକ୍ଷେପ ନିଆଯାଉଛି । ନବ ଗଠିତ ବଲାଙ୍ଗିର କରୋନା ନିୟନ୍ତ୍ରଣ କମିଟି ପକ୍ଷରୁ ଦୋକାନ ବଜାର ଖୋଲିବା ନେଇ ଏକ ଜରୁରୀ ଘୋଷଣା କରାଯାଇଛି । ବଲାଙ୍ଗିର ସହରର ବଣିକ ସଂଘ, ପ୍ରମୁଖ ରାଜନୈତିକ ଦଳ, ବିଭିନ୍ନ ସାମାଜିକ ଅନୁଷ୍ଠାନ ତଥା ବୁଦ୍ଧିଜୀବୀମାନଙ୍କୁ ନେଇ ଏକ କରୋନା ନିୟନ୍ତ୍ରଣ କମିଟି ଗଠନ କରାଯାଇଛି । ଏହି କମିଟିର ନିଷ୍ପତ୍ତି କ୍ରମେ ଆସନ୍ତା ୨୫ ତାରିଖ ଶୁକ୍ରବାରଠାରୁ ୧ ଅକ୍ଟୋବର ପର୍ଯ୍ୟନ୍ତ ସମସ୍ତ ଦୋକାନ ବଜାର ବନ୍ଦ ରଖିବାକୁ ଅନୁରୋଧ କରାଯାଇଛି । କିନ୍ତୁ ଏଥିରୁ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଯଥା- ଔଷଧ, ସଉଦା ଦୋକନ, ଦୁଗ୍ଧ ଓ ଦୁଗ୍ଧଜାତୀୟ ଦ୍ରବ୍ୟ, ଫଳ, ପନିପରିବା, ସାର, ବିହନ, ମାଛ, ମାଂସ, ଅଣ୍ଡା, ଚା ଓ ପାନଦୋକାନ ଦୋକାନଗୁଡିକ ସକାଳ ୬ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଖୋଲା ରହିବ ବୋଲି କୁହାଯାଇଛି । ଏଥି ସହିତ ହୋଟେଲ ଗୁଡିକ ସକାଳ ୭ଟାରୁ ରାତି ୯ଟା ପର୍ଯ୍ୟନ୍ତ ପାର୍ସଲ ଦେଇ ପାରିବେ ବୋଲି ସୂଚନା ଦିଆଯାଇଛି ।



Visitors Today : 6
Total Visitors : 130175
Total Views : 9891622
Visitors Online Now : 0