ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ଅଞ୍ଚଳରେ ଆଉ ୧୯ କରୋନା ପଜିଟିଭ ଚିହ୍ନଟ ।ଏମାନଙ୍କ ଭିତରୁ ୧୫ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ୪ ଜଣ ଗୃହ ସଙ୍ଗରୋଧରେ ଥିଲେ ବୋଲି ଏଥିରେ କୁହାଯାଇଛି। ଏମାନଙ୍କର କଣ୍ଟାକ୍ଟ ଟ୍ରେସିଂ ଚାଲିଛି । ଡ଼ୁମଡ଼ୁମା ସୁବାସ ନଗର ବସ୍ତିରୁ ୬ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଭୁବନେଶ୍ୱର ଡ଼ୁମଡ଼ୁମା ଅଚଂଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି ।
କୌଣସି ଟ୍ରାଭେଲ ହିଷ୍ଟ୍ରି ନଥାଇ ଏଠାରୁ ବାହାରିଛନ୍ତି ଏକାଧିକ ଆକ୍ରାନ୍ତ। ଡୁମୁଡୁମା ହନୁମାନ ମନ୍ଦିରରୁ ପ୍ଲଟ ନଂ ୩୨୩ ରୁ ପ୍ଲଟ ନଂ ୨୬୧ ଓ ୨୫୮ ଯାଏ କଣ୍ଟେନମେଣ୍ଟ ଅଞ୍ଚଳ ଘୋଷଣା କରାଯାଇଛି। ସୂଚନା ଅନୁଯାୟୀ, ଆଜି ରାଜ୍ୟରେ ୧୫ଟି ଜିଲ୍ଲାରୁ ୧୭୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ପଜିଟିଭ୍ ସଂଖ୍ୟା ୪,୮୫୬କୁ ବୃଦ୍ଧି ପାଇଛି ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0