spot_img

କ୍ରୀଡା ଓ ଯୁବ ସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ କ୍ରୀଡା ଓ ଯୁବ ସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ମନ୍ତ୍ରୀ ଶ୍ରୀ ବେହେରା ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ ସେ ଆଇସୋଲେସନରେ ରହିବାକୁ କହିଛନ୍ତି ।
ସୂଚନାଯୋଗ୍ୟ, ରାଜ୍ୟର ବହୁ ବିଧାୟକ କରୋନା ଆକ୍ରାନ୍ତ ହୋଇଛନ୍ତି। ପାଳଲହଡ଼ା ବିଧାୟକ ମୁକେଶ ପାଳ, ବୀରମିତ୍ରପୁର ବିଧାୟକ ଶଙ୍କର ଓରାମ, ମାଲକାନଗିରି ବିଧାୟକ ଆଦିତ୍ୟ ମାଢ଼ି, ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ଢେଙ୍କାନାଳ ସଦର ବିଧାୟକ ସୁଧୀର କୁମାର ସାମଲ, ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ, କେନ୍ଦ୍ରାପଡ଼ା ବିଧାୟକ ଶଶିଭୂଷଣ ବେହେରା, ପାଟଣଗଡ଼ ବିଧାୟକ ସରୋଜ ମେହେର, ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି, ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ, ଲକ୍ଷ୍ମୀପୁର ବିଧାୟକ ପ୍ରଭୁ ଜାନୀ, ନୀଳଗିରି ବିଧାୟକ ସୁକାନ୍ତ ନାୟକ, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା, ରେମୁଣା ବିଧାୟକ ସୁଧାଂଶୁ ପରିଡ଼ା, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ଖଣ୍ଡପଡ଼ା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ, ବଡ଼ମ୍ବା ବିଧାୟକ ଦେବୀ ପ୍ରସାଦ ମିଶ୍ର, ଭୁବନେଶ୍ୱର (ଉତ୍ତର) ବିଧାୟକ ସୁଶାନ୍ତ ରାଉତ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ଓ ବରୀ ବିଧାୟିକା ସୁନନ୍ଦା ଦାସ ସଂକ୍ରମିତ ହୋଇଛନ୍ତି। ସେହିପରି ବରଗଡ଼ ସାଂସଦ ସୁରେଶ ପୂଜାରୀ ଓ ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ ମଧ୍ୟ କରୋନା ସଂକ୍ରମିତ ହୋଇଥିଲେ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular