spot_img

ରାଜ୍ୟରେ ୧୬୪୨.୨୬ କୋଟି ଟଙ୍କାର କ୍ଷୟକ୍ଷତି

ଚଳିତବର୍ଷ ଅଗଷ୍ଟ ମାସରେ ବର୍ଷା ଯୋଗୁଁ ହୋଇଥିବା ବନ୍ୟାଜନିତ କ୍ଷୟକ୍ଷତି ବାବଦରେ ରାଜ୍ୟ ସରକାର ୧୫୬୯.୫୦ କୋଟି ଟଙ୍କାର ସହାୟତା ଲୋଡ଼ିଛନ୍ତି । ବନ୍ୟାରେ ଭିତ୍ତିଭୂମୀ, ଘର, ଚାଷ ଏବଂ ରିଲିଫ ଖର୍ଚ୍ଚ ବାବଦକୁ ମୋଟ ୧୬୪୨.୨୬ କୋଟି ଟଙ୍କାର କ୍ଷୟକ୍ଷତି ହୋଇଥିବା ବେଳେ ଏସଡିଆରଏଫ ଓ ଏନଡିଆରଏଫ ଗାଇଡଲାଇନ ଅନୁସାରେ ୧୫୬୯.୫୦ କୋଟି ଟଙ୍କା ସହାୟତା ଦେବାକୁ କେନ୍ଦ୍ର ସରକାରଙ୍କୁ ଦାବି ଜଣାଇଛନ୍ତି । ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ବିପର୍ଯ୍ୟ ପରିଚାଳନାର କାର୍ୟ୍ୟନିର୍ବାହୀ କମିଟି ବୈଠକରେ ଏହି ସହାୟତା ଦାବି ପ୍ରସ୍ତାବକୁ ମଧ୍ୟ ଅନୁମୋଦନ ମିଳିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular