ଭୁବନେଶ୍ବର : ଶିମିଳିପାଳ ଅଭୟାରଣ୍ୟରେ ନିଆଁ ଲାଗିବା ନେଇ ସକ୍ରିୟ ହୋଇଉଠିଛନ୍ତି ରାଜ୍ୟ ସରକାର । ରାଜ୍ୟ ଜଙ୍ଗଲ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି ଯେ ପିସିସିଏଫଙ୍କୁ ଶିମିଳିପାଳ ଗସ୍ତ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ସେ ଆଜି ଶିମିଳିପାଳ ଗସ୍ତ କରି ନିଆଁ ଲାଗିବାର କାରଣ ସମ୍ପର୍କରେ ତଦନ୍ତ କରିବେ । ଏହି ରିପୋର୍ଟ ମିଳିବା ପରେ ବିଭାଗ ପକ୍ଷରୁ ନିଆଁକୁ ଆୟତ୍ତ କରିବାକୁ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି । ଏହା ପୂର୍ବରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ ମଧ୍ୟ ଏହି ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଥିଲେ । ଏହି ଘଟଣା ସମ୍ପର୍କରେ ଅବଗତ ହେବା ପରେ କାର୍ୟ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରକାଶ ଜାଭଡେକର। ସେ ଟୁଇଟ କରି ଲେଖିଛନ୍ତି- ମୁଁ ଅଧିକାରୀଙ୍କୁ ତୁରନ୍ତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରି ମତେ ଜଣାଇବାକୁ ନିର୍ଦ୍ଦେଶ ଦେଇଛି।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0