spot_img

ରାଜ୍ୟରେ ୧୭୯ଜଣ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୮୫୬କୁ ବୃଦ୍ଧି

ଭୁବନେଶ୍ବର ୨୦।୬: ରାଜ୍ୟରେ ଆଜି ୧୭୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୮୫୬ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଏମାନଙ୍କ ଭିତରୁ ୨୯ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୫୦ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୫ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏଥିରେ ଅଗ୍ନିଶମ ଓ ଓଡ୍ରାଫ୍ଟ ବିଭାଗର ୧୮ଜଣ ଯବାନ ଆକ୍ରାନ୍ତ ଥିବା ଜଣାଯାଇଛି। ଏମାନେ ପଶ୍ଚିମବଙ୍ଗରୁ ଅମ୍ଫାନ ବାତ୍ୟାର ଉଦ୍ଧାର କାମ ସାରି ଓଡ଼ିଶା ଫେରିଥିଲେ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୮୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୪୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୯୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୧ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular