ସର୍ଚ୍ଚ ଅପରେସନ ବେଳେ ସୁରକ୍ଷାକର୍ମୀଙ୍କୁ ସଫଳତା। ଜମ୍ମୁ-କାଶ୍ମୀରର ସୋପିଆନ ଜିଲ୍ଲା ରାୱଲପୋରାଠାରେ ଏନକାଉଣ୍ଟର। ଜଣେ ଆତଙ୍କବାଦୀ ନିହତ। ଏହି ଅଞ୍ଚଳରେ କେତେଜଣ ଆତଙ୍କବାଦୀ ଲୁଚି ରହିଥିବା ଜଣାପଡ଼ିବା ପରେ ସୁରକ୍ଷାକର୍ମୀମାନେ ଘେରାବନ୍ଦୀ କରିଥିଲେ। ଏହାପରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ଜଣେ ଆତଙ୍କବାଦୀ ନିହତ ହୋଇଛି।ଘେରାବନ୍ଦୀ ଅଞ୍ଚଳରେ ଜୈସ୍ ଆତଙ୍କବାଦୀ ସଂଗଠନର ଟପ୍ କମାଣ୍ଡର ସଜାଦ୍ ଆଫଗାନି ଲୁଚି ରହିଥିବା ଆଶଙ୍କା କରାଯାଉଛି। ଉକ୍ତ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କୁ ନିୟୋଜିତ କରାଯାଇଛି। ଅନ୍ୟପଟେ ରାଜ୍ୟରେ ପ୍ରାୟ ୨ଶହ ଆତଙ୍କବାଦୀ ସକ୍ରିୟ ଥିବା ପୋଲିସ ମହାନିର୍ଦ୍ଦେଶକ କହିଛନ୍ତି।



Visitors Today : 0
Total Visitors : 130430
Total Views : 9891961
Visitors Online Now : 0