ଭୁବନେଶ୍ୱର : ଆସନ୍ତା ୧୯ ତାରିଖରେ ସୁପ୍ରିମକୋର୍ଟରେ କୋଟିଆ ମାମଲାର ଶୁଣାଣି । ଏଥିପାଇଁ ରାଜ୍ୟ ସରକାର ସମସ୍ତ କାଗଜ ପତ୍ର ସହ ଡ୍ରାଫ୍ଟ ପ୍ରସ୍ତୁତ କରିଛନ୍ତି। ଓଡ଼ିଶାର ତଥ୍ୟ ଦାଖଲ ପାଇଁ କୋରାପୁଟର ଜିଲ୍ଲା ପଞ୍ଚାୟତ କାର୍ଯ୍ୟାଳୟ ,ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟରେ ଥିବା ରେକର୍ଡ ରୁମରେ ଥିବା ବିଭିନ୍ନ କାଗଜ ପତ୍ର ଏକାଠି କରିବାର ପ୍ରକ୍ରିୟା ଜୋରସୋରରେ ଚାଲିଛି।
ଆନ୍ଧ୍ର ପ୍ରଦେଶ କୋଟିଆରେ ପଞ୍ଚାୟତ ନିର୍ବାଚନ କରିବାକୁ ନେଇ ସୁପ୍ରିମକୋର୍ଟରେ ରାଜ୍ୟସରକାର ଅଦାଲତ ଅବମାନନା ମାମଲା ଦାଖଲ କରିଥିବାବେଳେ ଏହାର ପରବର୍ତ୍ତୀ ଶୁଣାଣି ଶୁକ୍ରବାର ହେବ। ଆନ୍ଧ୍ରର ଏହି ମନମାନି ବିରୋଧରେ ରାଜ୍ୟ ସରକାର ସୁପ୍ରିମକୋର୍ଟରେ କରିଥିବା ଅଦାଲତ ଅବମାନନା ପ୍ରସଙ୍ଗ ଯେଭଳି ଠିକଣା ଭାବେ ପରିଚାଳନା ହୁଏ, ତାକୁ ଦୃଷ୍ଟିରେ ରଖି ସବୁ ଆବଶ୍ୟକୀୟ କାଗଜପତ୍ର ପ୍ରସ୍ତୁତ କରିବାକୁ ସରକାରଙ୍କ ପକ୍ଷରୁ କୋରାପୁଟ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯିବା ପରେ ଏନେଇ ଜିଲ୍ଲା ପ୍ରଶାସନର ବିଭିନ୍ନ ବିଭାଗ ତତ୍ପରତା ପ୍ରକାଶ କରିଛନ୍ତି।



Visitors Today : 0
Total Visitors : 130432
Total Views : 9891963
Visitors Online Now : 0