spot_img

ଜୀବନ ପ୍ରଦୀପ ଦାସ BJDରୁ ସସପେଣ୍ଡ

ଭୁବନେଶ୍ବର: ଜୀବନ ପ୍ରଦୀପ ଦାସ BJDରୁ ସସପେଣ୍ଡ । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ଦଳରୁ ସସପେଣ୍ଡ କରାଯାଇଛି । ବାଲେଶ୍ୱରର ପୂର୍ବତନ ବିଧାୟକ ହେଉଛନ୍ତି ଜୀବନ ପ୍ରଦୀପ ଦାସ । ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ତାଙ୍କୁ ଆଜି ଦଳରୁ ସସପେଣ୍ଡ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଉପନିର୍ବାଚନ ସମୟରେ ଦଳ ବିରୋଧୀ କାର୍ଯ୍ୟ କରିଥିବା ଅଭିଯୋଗରେ ଆଜି ତାଙ୍କୁ ଦଳରୁ ସସପେଣ୍ଡ କରାଯାଇଛି । ଏନେଇ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ମାନସ ରଞ୍ଜନ ମଙ୍ଗରାଜଙ୍କ ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular