spot_img

ଘନିଭୂତ ହେଉଛି ଘୂର୍ଣ୍ଣିବଳୟ, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି । ୨୪ ଘଣ୍ଟା ଭିତରେ ଏହା ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ । ପ୍ରଭାବରେ ଆଜି ଅପରାହ୍ନରୁ ୨୨ ତାରିଖ ଯାଏଁ ରାଜ୍ୟରେ ବର୍ଷା ଜାରି ରହିବ । ବିଶେଷ କରି ଉପକୂଳ ଓ ଦକ୍ଷିଣ ଓଡିଶାର ଜିଲ୍ଲାଗୁଡୁକରେ ସ୍ଥାନେ ସ୍ଥାନେ ପ୍ରବଳ ରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏଣୁ ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସ୍ୱତନ୍ତ୍ର ରିଲିଫ କମିସନର ପ୍ରଦୀପ କୁମାର ଜେନା ସମସ୍ତ ଜିଲ୍ଲାପାଳଙ୍କୁ ନିଦେ୍ର୍ଦଶ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular