ବ୍ରହ୍ମପୁର ଜିଲ୍ଲା ଜଜ କୋର୍ଟରେ ଆବେଦନ କରିଛନ୍ତି ସୁମିତଙ୍କ ଓକିଲ ସୁରେନ୍ଦ୍ର କୁମାର ବେହେରା। ପୂର୍ବରୁ ସୁମିତ ଓ ତପସ୍ୱିନୀଙ୍କୁ ଏସଡ଼ିଜେଏମ କୋର୍ଟ ଏକାଠି ରହିବାକୁ ନିର୍ଦ୍ଦେଶ ଦେଇଥିଲେ। ଏକାଠି ରହିବା ନିର୍ଦ୍ଦେଶ ଉପରେ ଆବେଦନ କରିଛନ୍ତି ସୁମିତଙ୍କ ଓକିଲ। ଅନ୍ୟପଟେ ତପସ୍ୱିନୀଙ୍କ ସହ ରହିବା ପାଇଁ ରାଜି ନୁହନ୍ତି ସୁମିତ। ପରିବାର କୋର୍ଟରେ ଛାଡ଼ପତ୍ର ମାମଲା ହୋଇଥିବାରୁ ଏକାଠି ରହିବାକୁ କୋର୍ଟ ବାଧ୍ୟ କରିପାରିବେନି ବୋଲି ସୁମିତଙ୍କ ଓକିଲ କହିଛନ୍ତି।ସୁମିତଙ୍କ ଓକିଲ ସୁରେନ୍ଦ୍ର କୁମାର ବେହେରା ପୂର୍ବରୁ କହିଥିଲେ ଯେ, କୋର୍ଟରେ ମାମଲା ବିଚାରାଧୀନ ଥିବାରୁ ଡା. ସୁମିତ କୌଣସି ପ୍ରକାର ଟିପ୍ପଣୀ ଦେବେ ନାହିଁ ବୋଲି ସ୍ଥିର କରିଥିଲେ। କିନ୍ତୁ ନାନା କଥା କହି ବାରମ୍ବାର ତାଙ୍କୁ ଓ ତାଙ୍କ ପରିବାରବର୍ଗଙ୍କ ସମ୍ମାନ ହାନିକରି ମାନସିକ ନିର୍ୟାତନା ଦେବାରୁ ବାଧ୍ୟହୋଇ ସୁମିତ ମୁହଁ ଖୋଲିଛନ୍ତି। ଦରମା ବନ୍ଦ ସମ୍ପର୍କରେ ମଧ୍ୟ ତାଙ୍କର ଓକିଲ କହିଛନ୍ତି ଯେ ଏହା ବିଭାଗୀୟ ନିୟମ ଅନୁସାରେ ହୋଇଥାଏ। ଯାହା ନିୟମ ରହିଛି, ସେ ଅନୁସାରେ ଦରମା ବନ୍ଦ ହୋଇଥିବ ବୋଲି କହିଛନ୍ତି।ଅନ୍ୟପଟେ ତପସ୍ବିନୀ ଦାଶ ଏବେ ବି ଆସିକା ଚିନିକଳ ଆଇବିରେ ରହିଛନ୍ତି।‘ମୁଁ କୁଆଡ଼େ ଯାଇ ନାହିଁ କି ନିଖୋଜ ହୋଇନାହିଁ।’ ତେଣେ ଗତକାଲି ଏକ ଅଡିଓ ବାର୍ତ୍ତାରେ ଏହିଭଳି ପ୍ରତିକ୍ରିୟା ସହିତ ନିଜର ଅବସ୍ଥିତି ସମ୍ପର୍କରେ ସ୍ପଷ୍ଟ କରିଛନ୍ତି ଡା. ସୁମିତ ସାହୁ। ସୁମିତଙ୍କ ଅଡିଓ ଟେପ୍ ଭାଇରାଲ୍ ହେବାପରେ ବହୁଚର୍ଚ୍ଚିତ ସୁମିତ-ତପସ୍ବିନୀ ମାମଲା ପୁଣିଥରେ ଭିନ୍ନ ମୋଡ଼ନେଇଛି।



Visitors Today : 4
Total Visitors : 130422
Total Views : 9891952
Visitors Online Now : 0