ଜମ୍ମୁ-କଶ୍ମୀରର କୁଲଗାମରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜଣ ଆତଙ୍କୀବାଦୀଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ନିକଟରୁ ରାଇଫଲ ଜବତ କରାଯାଇଛି। ଜମ୍ମୁ-କଶ୍ମୀର ପୁଲିସ୍ ପକ୍ଷରୁ ଏହି ସୂଚନା ଦିଆଯାଇଛି। ମିଳିଥିବା ସୂଚନା ଅନୁଯାୟୀ, କୁଲଗାମର ରେଡୱାନି ଅଞ୍ଚଳରେ କିଛି ଆତଙ୍କୀ ଲୁଚି ଥିବା ଖବର ମିଳିବା ପରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା।ଏହି ସମୟରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଥିଲେ। ଏଥିରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିଲେ ମଧ୍ୟ ସର୍ଚ୍ଚ ଅପରେସନ ବନ୍ଦ ହୋଇନି। ଏବେ ବି ସେଠାରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଜଣାପଡ଼ିଛି। ତେଣୁ ସୁରକ୍ଷାକର୍ମୀମାନେ ବେଶ ସତର୍କତାର ସହ ଅପରେସନ ଚଳାଇଛନ୍ତି।ବୁଧବାର ପୁଲୱାମା ଠାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ହିଜବୁଲ ମୁଜାହିଦ୍ଦିନର ଜଣେ ଆତଙ୍କୀ ପ୍ରାଣ ହରାଇଥିଲା। ନିହତ ଆତଙ୍କବାଦୀର ନାଁ ଫିରୋଜ ଅହମଦ ଦାର। ସେ ଜମ୍ମୁ-କଶ୍ମୀରରେ ଦୀର୍ଘଦିନ ହେଲା ସକ୍ରିୟ ରହିବା ସହ ଏକାଧିକ ଆତଙ୍କୀ ହମଲା ଘଟାଇଥିଲା।ସୂଚନାଯୋଗ୍ୟ, ଦୁଇ ଦିନ ପୂର୍ବରୁ ଶ୍ରୀନଗରେ ଆତଙ୍କବାଦୀମାନେ ପୁଲିସ୍ ବସ୍ ଉପରକୁ ଆକ୍ରମଣ କରିଥିଲେ। ଏଥିରେ ୩ ଜଣ ପୁଲିସ୍ କର୍ମଚାରୀ ସହିଦ ହେବା ସହ ୧୧ ଜଣ ଆହତ ହୋଇଥିଲେ। ଏହି ଘଟଣାରେ ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି।



Visitors Today : 4
Total Visitors : 130422
Total Views : 9891952
Visitors Online Now : 0