ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣାଶୁଣା ଅଭିନେତା ମିହିର ଦାସଙ୍କ ପରଲୋକ ହୋଇଯାଇଛି । ଚିକିତ୍ସାଧୀନ ଅବସ୍ଥାରେ କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା। ତାଙ୍କ ପରଲୋକରେ ଓଡ଼ିଆ ସିନେ ଜଗତରେ ଏକ ଅପୂରଣୀୟ କ୍ଷତି ହୋଇଛି। ଓଲିଉଡ୍ର କାକା ଭାବେ ପରିଚିତ ଭେଟ୍ରାନ୍ ଅଭିନେତା ମିହିର ଦାସ ୧୯୫୯ ମସିହା ଫେବୃଆରୀ ୧୧ ତାରିଖରେ ମୟୂରଭଞ୍ଜ ଜିଲ୍ଲା ବାରିପଦାରେ ଜନ୍ମଗ୍ରହଣ କରିଥିଲେ । ପିଲା ବେଳେ କଳା ପ୍ରତି ତାଙ୍କର ଦୁର୍ବଳତା ଥିଲା। ସେ ପ୍ରଥମେ ଆର୍ଟ ଫିଲ୍ମରେ ଅଭିନୟ କରିଥିଲେ। ତାହା ଥିଲା ‘ସ୍କୁଲ୍ ମାଷ୍ଟର’। ଯାହା ତାଙ୍କୁ ଆଗକୁ ବଢ଼ିବା ପାଇଁ ରାସ୍ତା ଦେଖାଇଥିଲା। ତା’ପରେ ସେ ଗୋଟିଏ ପରେ ଗୋଟିଏ ହିଟ୍ ବ୍ୟବସାୟିକ ଫିଲ୍ମରେ ଅଭିନୟ କରି ଓଲିଉଡ୍ରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ ।



Visitors Today : 4
Total Visitors : 130422
Total Views : 9891952
Visitors Online Now : 0