ଭୁବନେଶ୍ୱର: ଶୀତ ଅଧିବେଶନର ପଞ୍ଚମ ଦିନରେ ମଧ୍ୟ ସମାନ ସ୍ଥିତି ଦେଖିବାକୁ ମିଳିଛି। ସୋମବାର ଗୃହ ଆରମ୍ଭରୁ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି। ମମିତା ପ୍ରସଙ୍ଗରେ ବିରୋଧୀ ହୋହାଲ୍ଲା ଓ ପ୍ରତିବାଦ ଜାରି ରଖିଥିବା ବେଳେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି କରିଛନ୍ତି। ଗୃହର ମଧ୍ୟଭାଗରେ ବିଜେପି ସଦସ୍ୟ ନାରାବାଜି କରିଥିବା ବେଳେ କଂଗ୍ରେସ ବିଧାୟକ ବାଚସ୍ପତିଙ୍କ ପୋଡିୟମକୁ ଘେରି ରହିଥିଲେ। ଏଥିପାଇଁ ଗୃହ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା। ବିଜେଡି ବିଧାୟକ ଜୟୀ ରାଜଗୁରୁଙ୍କ ମୁଖା ପିନ୍ଧି ଗୃହରେ ପ୍ରତିବାଦ କରିଛନ୍ତି। ପାଇକ ବିଦ୍ରୋହକୁ ସ୍ୱାଧୀନତା ସଂଗ୍ରାମର ମାନ୍ୟତା ନ ମିଳିବା ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିବା ସହ ବର୍ଷିଛନ୍ତି ଶାସକ ଦଳର ସଦସ୍ୟ ବିଜେଡି ବିଧାୟକ । ବିଜେଡି ବିଧାୟକଗୃହରେ ପ୍ରତିବାଦ ପରେ ବିଧାନସଭାରେ ଗାନ୍ଧୀ ମୂର୍ତ୍ତି ତଳେ ଧାରଣା ଦେଇଛନ୍ତି । ଗୃହରେ ରାଜ୍ୟର ଅନେକ ସମସ୍ୟା ଆଲୋଚନା ହୋଇପାରୁନଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।



Visitors Today : 1
Total Visitors : 130423
Total Views : 9891953
Visitors Online Now : 0