ଓଡିଶା ହାଇକୋର୍ଟରେ ନିଯୁକ୍ତ ହେଲେ ଆଉ ଜଣେ ନୂଆ ବିଚାରପତି। ଆଦିତ୍ୟ କୁମାର ମହାପାତ୍ର ହେଲେ ହାଇକୋର୍ଟ ବିଚାରପତି। କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ଏ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଷ୍ଟ୍ରପତିଙ୍କ ଅନୁମୋଦନ ଲାଭ କରିବା ପରେ ଏ ନେଇ ବିଜ୍ଞପ୍ତି ପ୍ରକାଶିତ ହୋଇଛି। ନିକଟରେ ଜଷ୍ଟିସ ମୃଗାଙ୍ଗ ଶେଖର ସାହୁ, ଜଷ୍ଟିସ ରାଧାକୃଷ୍ଣ ପଟ୍ଟନାୟକ ଓ ଜଷ୍ଟିସ ଶଶିକାନ୍ତ ମିଶ୍ର ହାଇକୋର୍ଟ ଜଜ୍ ଭାବେ ଶପଥ ଗ୍ରହଣ କରିଥିଲେ। ଏହି ନୂଆ ନିଯୁକ୍ତି ପରେ ଓଡିଶା ହାଇକୋର୍ଟରେ ବିଚାରପତି ସଂଖ୍ୟା ୧୮ରେ ପହଞ୍ଚିଛି। ପୂର୍ବରୁ ଆଦିତ୍ୟଙ୍କ ନାମକୁ ପ୍ରସ୍ତାବ ଦେଇଥିଲେ ସୁପ୍ରିମକୋର୍ଟ କଲେଜିୟମ। ଓଡିଶା ହାଇକୋର୍ଟ ବିଚାରପତି ଭାବେ ଆଇନଜୀବୀ ଆଦିତ୍ୟ କୁମାର ମହାପାତ୍ର ଖୁବଶୀଘ୍ର ଯୋଗ ଦେବେ ବୋଲି ଆଶା କରାଯାଉଛି। ସେ ଓଡ଼ିଶା ହାଇକୋର୍ଟରେ ବରିଷ୍ଠ ଆଇନଜୀବୀ ଭାବେ କାର୍ୟ୍ୟ କରୁଥିଲେ ।



Visitors Today : 0
Total Visitors : 130169
Total Views : 9891615
Visitors Online Now : 0